ରାଜ୍ୟ ପୋଲିସ (ଓଡ଼ିଶା ତାଜା ନ୍ୟୁଜ୍) :- ଉତ୍ତର ଓଡିଶାର ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ଜଳକା ଭଳି ପ୍ରମୁଖ ନଦୀର ଜଳସ୍ତର ବୃଦ୍ଧି ପରେ ବନ୍ୟା ପରିସ୍ଥିତି ଦେଖା ଯାଇଥିଲା । ଏହି ପରିପ୍ରେକ୍ଷୀରେ ଓଡ଼ିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ ଫୋର୍ସ (ODRAF) ବନ୍ୟା ପ୍ରଭାବିତ ଉଭୟ ଜିଲ୍ଲାରେ ବ୍ୟାପକ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟରେ ନିରନ୍ତର ନିୟୋଜିତ ହୋଇଛି । ଓଡ୍ରାଫ ଟିମ ଲୋକଙ୍କ ଧନ ଜୀବନ ସୁରକ୍ଷିତ କରିବାରେ ପ୍ରମୁଖ ଭୁମିକା ଗ୍ରହଣ କରୁଥିବା ବେଳେ ଜଳମଗ୍ନ ଅଞ୍ଚଳରୁ ଲୋକଙ୍କୁ ପାଣି ଘେରରୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନରେ ଲୋକଙ୍କୁ ଥଇଥାନ କରିବାରେ ମୁଖ୍ୟ ଦାୟିତ୍ଵ ତୁଲାଉଛି। ଉଭୟ ଜିଲ୍ଲାର ୧୮ଟି ବ୍ଲକରୁ ଅଦ୍ୟାବଧି ୮୧୯୧ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନରେ ଥଇଥାନ କରାଯାଇଥିଲା ।
