Home ଓଡ଼ିଶା ବୁଗୁଡା କନ୍ୟାଶ୍ରମ ରେ ମେଗା ବନମହୋତ୍ସବ ପାଳିତ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ଦଶପଲ୍ଲା (ଓଡ଼ିଶା ତାଜା ନ୍ୟୁଜ୍) :- ବନମହୋତ୍ସବ ସପ୍ତାହ ଉପଲକ୍ଷେ ଆଦିବାସୀ ମଂଗଳ ବିଭାଗ ପରିଚାଳିତ ଦଶପଲ୍ଲା ବ୍ଳକ୍ ର ବୁଗୁଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ( ବୁଗୁଡା କନ୍ୟାଶ୍ରମ ) ପରିସରରେ ଆଜି ଏକ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବାଣିଗୋଛା ବନ୍ୟପ୍ରାଣୀ ବନାଂଚଳ ( ପଶ୍ଚିମ ) ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ପ୍ରାୟ ୩୦୦ ଅନ୍ତେବାସୀ ଛାତ୍ରୀ ପ୍ରତ୍ୟେକ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରି ଥିଲେ ଓ ତାହାର ଯତ୍ନ ନେବାପାଇଁ ଵଦ୍ଧ ପରିକର ମଧ୍ୟ ହୋଇଥିଲେ । ଏହି କାର୍ଯ୍ୟକ୍ରମ ରେ ବନାଂଚଳ ଅଧିକାରୀ ସଂସାର ବର୍ଗୀଆ ଯୋଗ ଦେଇଥିବା ବେଳେ, ବନପାଳ ରାଜ୍ କୁମାର ସତପଥି , ଦୀପ୍ତିରଂଜନ ଆଚାର୍ଯ୍ୟ, ଅଜୟ କୁମାର ସ୍ବାଇଁ ,ପୁଷ୍ପଲତା ପ୍ରଧାନ , ବନରକ୍ଷୀ ମଧୁସ୍ମିତା ନାୟକ ,ରୀନା ନାୟକ ପ୍ରଧାନ ଶିକ୍ଷୟିତ୍ରୀ ନମିତା ସ୍ବାଇଁ କଂ ପ୍ରତ୍ୟକ୍ଷ ତତ୍ବାବଧାନରେ ଶତାଧିକ ବୃକ୍ଷ ରୋପଣ ହୋଇଥିଲା । ଏଥି ସମେତ ବୁଗୁଡା ଫରେଷ୍ଟ ସେକସନ୍ ର ସମସ୍ତ, ଓ୍ବାଚର୍ , ଶୀକାର ନିରୋଧି ବନ କର୍ମଚାରୀ ମାନେ ସହଯୋଗ କରିଥିଲେ । ପ୍ରକାଶ ଥାଉକି ବନାଂଚଳ ଅଧିକାରୀ କଂ ନିର୍ଦ୍ଦେଶ କ୍ରମେଃ , ବୁଗୁଡା ସେକ୍ସନ ବନପାଳ ରାଜ୍ କୁମାର ଶତପଥୀଙ୍କ ତତ୍ବାବଧାନରେ ବାଣିଗୋଛା ପଶ୍ଚିମ ବନାଂଚଳ ର ବିଭିନ୍ନ ଆଦିବାସୀ ଗ୍ରାମରେ ଗୋଷ୍ଠୀ ସ୍ବାର୍ଥ ସୁରକ୍ଷା କାର୍ଯ୍ୟକ୍ରମ ସମେତ, ଜଂଗଲ ସୁରକ୍ଷା, ଅଗ୍ନି ନିର୍ବାପଣ,ବୃକ୍ଷରୋପଣ , ବନ୍ୟପ୍ରାଣୀ ସୁରକ୍ଷା ଭଳି ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଜନ ସଚେତନତା ସୃଷ୍ଟିକରି ସେକସନ ବନପାଳ ରାଜ୍ କୁମାର ଶତପଥି ଓବନାଂଚଳ ଅଧିକାରୀ ସଂସାର ବର୍ଗୀଆ ବେଶ୍ ଜର୍ଚ୍ଚାରେ ରହିଛନ୍ତି । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା by Proprietor Abhimanyu Maharana September 28, 2026 ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ by Proprietor Abhimanyu Maharana September 28, 2026 ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ by Proprietor Abhimanyu Maharana September 28, 2026 କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ by Proprietor Abhimanyu Maharana September 28, 2026 ଗଜପତି:ମହେନ୍ଦ୍ରଗିରିରେ ଅକ୍ଟୋବର ୧ରୁ ୪ ଯାଏଁ ୨୩ତମ ଜାତୀୟ ସ୍ତରୀୟ ମାଉଣ୍ଟେନ୍ ବାଇକ୍ ସାଇକ୍ଲିଂ ଚାମ୍ପିଅନ୍ସିପ୍ ଅନୁଷ୍ଠିତ ହେବ by Proprietor Abhimanyu Maharana September 28, 2026 ‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍ସନ୍ ଏଗ୍ରୋ by Proprietor Abhimanyu Maharana September 28, 2026