Home ଓଡ଼ିଶା ପାରଳାଖେମୁଣ୍ଡି ଠାରେ ଜାତୀୟ ସ୍ତରୀୟ ବୁଥ ଅଧିକାରୀଙ୍କ ଚତୁର୍ଥ ଦିନ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲା ସଦର ମହକୁମା ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜାତୀୟ ବୁଥ ସ୍ତରୀୟ ଅଧିକାରୀଙ୍କ ପାଇଁ ତାଲିମ କାର୍ଯ୍ୟକ୍ରମକୁ ସହକାରୀ ଜିଲ୍ଲାପାଳ ନିର୍ବାଚନ ବିଭାଗ ଶ୍ରୀ ମନୋଜ କୁମାର ପଟ୍ଟନାୟକ ଅତିଥି ଭାବରେ ଯୋଗ ଦେଇ ଚତୁର୍ଥ ଦିବସ ତାଲିମ କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିଲେ । ଭାରତ ନିର୍ବାଚନ କମିଶନର ନିର୍ଦ୍ଧେଶ କ୍ରମେ ଗଜପତି ଜିଲ୍ଲାର ୧୩୬-ମୋହନା(ST)ବିଧାନସଭା ନିର୍ବାଚନମଣ୍ଡଳୀର ଓ ପାରଳାଖେମୁଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ ସ୍ତରୀୟ ଅଧିକାରୀ ମାନଙ୍କୁ ତାଲିମ ପ୍ରଦାନ କରାଯାଉଛି । ଆଜିର ଏହି ଚତୁର୍ଥ ଦିବସ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମୋହନା ଓ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ୧୦୦ ଜଣ ବୁଥ ସ୍ତରୀୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି। ଯେଉଁ ନାଗରିକଙ୍କ ବୟସ ୧୮ ବର୍ଷ ହେଉଥିବ ସେମାନେ ନୂତନ ଭୋଟର ନିଜର ନାମକୁ ନୂତନ ଭାବେ ଫର୍ମ -୬ ଯୋଗ କରିବା, ଭୋଟର ତାଲିକାରେ ନାମ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରବାସୀ ଭୋଟରଙ୍କ ଫର୍ମ -୬ (କ) ଯୋଗ କରିବା ,ଫର୍ମ-୬ (ଖ)ରେ ନିଜର ଭୋଟର ପରିଚୟ ପତ୍ରକୁ ଆଧାର କାର୍ଡ ସହିତ ସଂଯୋଗ କରିବା ,ଫର୍ମ -୭ ରେ ନାମକୁ ବାଦ କରିବା, ଫର୍ମ -୮ ରେ ଭୋଟର ତାଲିକାରେ ନିଜର ତଥ୍ୟରୁଟ ସଂଶୋଧନ ଏବଂ ନିଜର ସ୍ଥାନକୁ ପରିବର୍ତ୍ତନ କରିବା ଇତ୍ୟାଦି ବିଷୟରେ ତାଲିମ ପ୍ରଦାନ କରାଯାଉଛି । ସେହିପରି ଯୋଗ୍ୟ ବିବେଚିତ ଭୋଟର ମାନେ ଅନଲାଇନ୍ ମାଧ୍ୟମରେ www.nvsp.voterportal.eci.gov.in ଭୋଟର ହେଲ୍ପ ଲାଇନ ଅପ୍ ବ୍ୟବହାର କରିବା ସହିତ ବୁଥ ସ୍ତରୀୟ ଅଧିକାରୀଙ୍କ ଠାରେ ମଧ୍ୟ ଆବେଦନ କରିପାରିବେ। ଆଜିର ତାଲିମ ପ୍ରଦାନ ପରେ ପରେ ସମସ୍ତ ବୁଥ ସ୍ତରୀୟ ଅଧିକାରୀମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। ଏହି ତାଲିମ କାର୍ଯ୍ୟକ୍ରମ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।ଚତୁର୍ଥ ଦିନ ତାଲିମ କାର୍ଯ୍ୟକ୍ରମରେ ମୋହନା ବିଧାନସଭା ନିର୍ବାଚନମଣ୍ଡଳୀର ଓ ପାରଳାଖେମୁଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀର ଦଶ ଜଣ ମାଷ୍ଟୋର ଟ୍ରେନର ବାଭ ରେ ଉପସ୍ଥିତ ରହି ବୁଥ ସ୍ତରୀୟ ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। Categories: ଓଡ଼ିଶା, ଗଜପତି, ହୋମ୍ Related Content New Delhi hosts 3rd World Peace Conclave by Proprietor Abhimanyu Maharana September 28, 2026 କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା by Proprietor Abhimanyu Maharana September 28, 2026 ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍ ଓ ପିକ୍ଅପ୍ ଭ୍ୟାନ୍ ଜବତ, ୬ ଗିରଫ by Proprietor Abhimanyu Maharana September 28, 2026 ଲକ୍ଷାଧିକ ଟଙ୍କା ରେ ନିର୍ମିତ ଶୀତଳଭଣ୍ଡାର ଏବେ ନିଜେ ଶୀତଳ : ବର୍ଷବର୍ଷ ଧରି ଅଚଳ ଯନ୍ତ୍ରାଂଶ by Proprietor Abhimanyu Maharana September 28, 2026 ଖୋର୍ଦ୍ଧା ରୋଡ଼ ମଣ୍ଡଳରେ ୧୭ ଜଣ ଅବସରପ୍ରାପ୍ତ ଟିକେଟ୍ ଯାଞ୍ଚ କର୍ମଚାରୀଙ୍କୁ ଭାବବିହ୍ୱଳ ବିଦାୟ ସମ୍ବର୍ଦ୍ଧନା by Proprietor Abhimanyu Maharana September 28, 2026 ତୀର୍ଥ ପୁଷ୍କରିଣୀ ଓ ମହୋଦଧିରେ ଅପରପକ୍ଷ ତର୍ପଣ ଆରମ୍ଭ by Proprietor Abhimanyu Maharana September 28, 2026