ଏମ୍ସ, ଭୁବନେଶ୍ୱରର ପଞ୍ଚମ ସମାବର୍ତ୍ତନ ସମାରୋହ ଉତ୍ସବରେ : ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ

ଏମ୍ସ ଭୁବନେଶ୍ୱରରେ ଡାକ୍ତରମାନଙ୍କୁ ମାର୍ଗଦର୍ଶନ ଦେଇଥିବାରୁ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇଲେ

ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,  ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରମୁଖ ଯୋଗଦେଲେ

ଚଳିତ ବର୍ଷ ଡିଗ୍ରୀ ଓ ପଦକ ହାସଲ କରିଥିବା ସ୍ୱାସ୍ଥ୍ୟସେବା ବୃତ୍ତିଗତଧାରୀଙ୍କୁ ଅଭିନନ୍ଦନ ଦେଲେ

ପ୍ରଧାନମନ୍ତ୍ରୀ ସର୍ବଦା ଗୁରୁତ୍ୱାରୋପ କରିଆସିଛନ୍ତି ଯେ ଉତ୍ତମ ସ୍ୱାସ୍ଥ୍ୟ ; ପ୍ରଗତି ଏବଂ ସମୃଦ୍ଧିର ମୂଳଦୁଆ

ଏମ୍ସ ଭୁବନେଶ୍ୱର ମେଡିକାଲ୍ ଶିକ୍ଷା ଓ ଗବେଷଣା ପ୍ରଦାନ କ୍ଷେତ୍ରରେ ‘ବଟ୍ଟବୃକ୍ଷ’ରେ ପରିଣତ ହୋଇଛି

ଏହା ଅନେକଙ୍କ ସ୍ୱପ୍ନକୁ ପୂରଣ କରିବା ସହ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରୁଛି

ଜାତୀୟ ବିକାଶରେ ଆମର ସ୍ୱାସ୍ଥ୍ୟସେବା ବୃତ୍ତିଗତଧାରୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) : ଡାକ୍ତରମାନେ କର୍ତ୍ତବ୍ୟ ପ୍ରତି ଅଧିକ ସଚେତନ ହେବା ଦରକାର । ଆକାଂକ୍ଷୀ ସମାଜର ଯତ୍ନ ନେବା ସହ ଓଡ଼ିଶାରେ ସେବା କରିବା ଦରକାର । ସୋମବାର ଏମ୍ସ, ଭୁବନେଶ୍ୱରର ପଞ୍ଚମ ସମାବର୍ତ୍ତନ ସମାରୋହ ଉତ୍ସବରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଗରିମାମୟ ଉପସ୍ଥିତିରେ ସ୍ନାତକୋତ୍ତର ଡାକ୍ତର ଏବଂ ଶିକ୍ଷା ସମୁଦାୟଙ୍କୁ ସମ୍ବୋଧିତ କରି ଏହି ପରାମର୍ଶ ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏମ୍ସ ଭୁବନେଶ୍ୱରରେ ଡାକ୍ତରମାନଙ୍କୁ ମାର୍ଗଦର୍ଶନ ଏବଂ ପ୍ରେରଣା ଦେବା ପାଇଁ ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଧନ୍ୟବାଦ ଜଣାଇଛନ୍ତି ଶ୍ରୀ ପ୍ରଧାନ । ସେ କହିଛନ୍ତି ଦୁଇ ଦଶନ୍ଧି ପୂର୍ବରୁ ଭାରତରତ୍ନ ସ୍ୱର୍ଗତ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ୱାରା ପ୍ରତିଷ୍ଠିତ ଏମ୍ସ ଭୁବନେଶ୍ୱର ମେଡିକାଲ୍ ଶିକ୍ଷା ଓ ଗବେଷଣା ପ୍ରଦାନ କ୍ଷେତ୍ରରେ ଉତ୍କର୍ଷତାର ଏକ

‘ବଟ୍ଟବୃକ୍ଷ’ରେ ପରିଣତ ହୋଇଛି । ଏହା ଅନେକଙ୍କ ସ୍ୱପ୍ନକୁ ପୂରଣ କରିବା ସହ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରୁଛି । ପ୍ରଧାନମନ୍ତ୍ରୀ ସର୍ବଦା ଗୁରୁତ୍ୱାରୋପ କରିଆସିଛନ୍ତି ଯେ ଉତ୍ତମ ସ୍ୱାସ୍ଥ୍ୟ ; ପ୍ରଗତି ଏବଂ ସମୃଦ୍ଧିର ମୂଳଦୁଆ । ଜାତୀୟ ବିକାଶରେ ଆମର ସ୍ୱାସ୍ଥ୍ୟସେବା ବୃତ୍ତିଗତଧାରୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ।

ବିଶେଷକରି ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଏବଂ ୨୦୪୭ ସୁଦ୍ଧା ବିକଶିତ ଭାରତ ଲକ୍ଷ୍ୟକୁ ସାକାର କରିବା ଦିଗରେ ଏହି ବର୍ଗର ବୃତ୍ତିଧାରୀଙ୍କ ବଡ ଅବଦାନ ରହିବ । ଶିକ୍ଷା ପ୍ରତିଷ୍ଠାନର ଗୁଣବତ୍ତା ଏବଂ ବିବିଧତା ସହିତ  ଭୁବନେଶ୍ୱର ଏକ ବିଶ୍ୱସ୍ତରୀୟ ମେଡି-ଟେକ୍ ହବ୍ ଭାବରେ ଉଭା ହେବାର ସମ୍ଭାବନା ରଖିଛି ।

ସ୍ଥାନୀୟ ଏବଂ ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜର ମୁକାବିଲା ପାଇଁ ନୂତନ ଚିକିତ୍ସା ପ୍ରଯୁକ୍ତିବିଦ୍ୟା ନିର୍ମାଣ କରିବା ଦିଗରେ ସହଯୋଗୀର ଦାୟିତ୍ୱ ନେବାକୁ ସେ ଆଶାବ୍ୟକ୍ତ କରିଛନ୍ତି ।   ଏହି ସମ୍ମାନଜନକ କାର୍ଯ୍ୟକ୍ରମରେ ମାନ୍ୟବର ରାଷ୍ଟ୍ରପତିଙ୍କ ସହିତ ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପାଟି,

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,  ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରମୁଖ ଯୋଗଦେଇଥିଲେ । ଚଳିତ ବର୍ଷ ଡିଗ୍ରୀ ଓ ପଦକ ହାସଲ କରିଥିବା ସ୍ୱାସ୍ଥ୍ୟସେବା ବୃତ୍ତିଗତଧାରୀଙ୍କୁ ଶ୍ରୀ ପ୍ରଧାନ ଅଭିନନ୍ଦନ ଜଣାଇଥିଲେ ।  

Exit mobile version