Home ଓଡ଼ିଶା କନ୍ଧମାଳ ସାଂସଦଙ୍କ ବାଲିଗୁଡା ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ : ବିଭିନ୍ନ ସମସ୍ୟା ଉପରେ ଆଲୋଚନା by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ରବିବାର ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରି ଡାକ୍ତରଖାନାର ବିଭିନ୍ନ ବିଭାଗ ବୁଲି ଦେଖିବା ସହ ରୋଗୀଙ୍କର ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ଏହି ପରିଦର୍ଶନ ସମୟରେ ରୋଗୀ ଓ ସେମାନଙ୍କ ପରିବାରବର୍ଗଙ୍କ ସହ କଥା ହୋଇ ସେମାନଙ୍କ ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ସାଂସଦ ପଚାରି ବୁଝିବା ସହ ସ୍ୱାସ୍ଥ୍ୟ କର୍ମଚାରୀ ଓ ଡାକ୍ତରଙ୍କ ସହ ଡାକ୍ତରଖାନାର ବିଭିନ୍ନ ବ୍ୟବସ୍ଥା ଓ ଅବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଚିକିତ୍ସାଳୟ ର ବିଭିନ୍ନ ସମସ୍ୟା ଗୁଡ଼ିକର ସମାଧାନ ଦିଗରେ ତତ୍କାଳୀନ ପଦକ୍ଷେପ ନେବାକୁ ସଂପୃକ୍ତ ବିଭାଗ ସହ ଯୋଗାଯୋଗ କରିବା ସହ ଜନସାଧାରଣଙ୍କ ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା ଓ ଡାକ୍ତରଖାନାର ଆଧୁନିକୀ କରଣ ନିମନ୍ତେ ଅବିରାମ ପ୍ରଚେଷ୍ଟା ଜାରି ରଖିବା ପାଇଁ ମତ ବ୍ୟକ୍ତ କରିଥିଲେ। ଆମର ଲକ୍ଷ୍ୟ ହେଉଛି ପ୍ରତ୍ୟେକ ନାଗରିକ ଗୁଣବତ୍ତା ସମ୍ପନ୍ନ ସ୍ୱାସ୍ଥ୍ୟସେବା ପାଇବା ନିହାତି ଦରକାର। ସ୍ୱାସ୍ଥ୍ୟସେବା ଆମ ସମସ୍ତଙ୍କର ମୌଳିକ ଅଧିକାର ଏବଂ ଏହାର ଗୁଣବତ୍ତା ବୃଦ୍ଧି ଆମର ପ୍ରାଥମିକତା ବୋଲି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ । ଏହି ପରିଦର୍ଶନ ସମୟରେ ବାଲିଗୁଡା ବ୍ଲକ ସାଂସଦ ପ୍ରତିନିଧି ରଞ୍ଜିତ କୁମାର ସାହୁ, ଏନ୍ ଏସି ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ନଗର ସଭାପତି ମନୋଜ କୁମାର ରଥ, ପୂର୍ବତନ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ଶୁଭାଶିଷ ମିଶ୍ର, ରଞ୍ଜିତ କୁମାର ଚୌଧୁରୀ, ଦିଗାମ୍ବର ପାଣିଗ୍ରାହୀ ଙ୍କ ସମେତ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ l Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ନୋଭୋଟେଲ ଭୁବନେଶ୍ୱର ଜନପଥର ଗ୍ରାଣ୍ଡ ଶୁଭାରମ୍ଭ by Proprietor Abhimanyu Maharana September 24, 2026 ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା"ମୋ ପରିବାର" by Proprietor Abhimanyu Maharana September 24, 2026 ‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ by Proprietor Abhimanyu Maharana September 24, 2026 ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ by Proprietor Abhimanyu Maharana September 24, 2026 ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ,୩୩ ଓଡ୍ରାଫ୍ ଟିମ୍ ମୃତୟନ by Proprietor Abhimanyu Maharana September 24, 2026 ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି by Proprietor Abhimanyu Maharana September 24, 2026