Home ଓଡ଼ିଶା ପୁରୀ ରେଳ ଷ୍ଟେସନର ପୁନର୍ବିକାଶ ଅନୁଧ୍ୟାନ କଲେ କେନ୍ଦ୍ର ରେଳ ଏବଂ ଜଳ ଶକ୍ତି ରାଷ୍ଟ୍ର ମନ୍ତ୍ରୀ୨୦୨୫ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ମାନ୍ୟବର କେନ୍ଦ୍ର ରେଳ ଏବଂ ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଭି. ସୋମାନ୍ନା ରବିବାର ପୁରୀ ରେଳ ଷ୍ଟେସନରେ ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ରୂପାନ୍ତରଣ କରାଯାଉଥିବା ପୁନର୍ବିକାଶ କାର୍ଯ୍ୟ ନୀରିକ୍ଷଣ କରିଛନ୍ତି | ସେ ରେଳ ଭିତ୍ତିଭୂମିର ଆଧୁନିକୀକରଣ ପାଇଁ ଭାରତ ସରକାରଙ୍କ ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଥିଲେ. | ୨୦୨୫ ମସିହା ରେଳ ବଜେଟରେ ଓଡ଼ିଶାକୁ ୧୦, ୫୯୯ କୋଟି ଟଙ୍କା ମିଳିଛି l ଯାହା ୨୦୦୯ -୧୪ ବର୍ଷ ତୁଳନାରେ୧୨. ୫ ଗୁଣ ବୃଦ୍ଧି | ବର୍ତ୍ତମାନ, ରାଜ୍ୟର ୫୯ ଷ୍ଟେସନକୁ ୨୩୭୯ କୋଟି ଟଙ୍କା ବ୍ୟୟରେ ପୁନର୍ବିକାଶ କରାଯାଉଛି ଏବଂ ପ୍ରାୟ ଅଶି ହଜାର କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ରାଜ୍ୟରେ ଚାଲୁ ରହିଛି l ଶ୍ରୀ ସୋମାନ୍ନା ଆଲୋକପାତ କରିଥିଲେ ଯେ ଗତ ଦଶନ୍ଧି ମଧ୍ୟରେ, ଏହି ଅଞ୍ଚଳରେ ରେଳ ଭିତ୍ତିଭୂମି ଅଭୂତପୂର୍ବ ଅଭିବୃଦ୍ଧି ପାଇଛି. | ଯେଉଁଥିରେ ନୂତନ ରେଳ ଲାଇନ ନିର୍ମାଣ, ଟ୍ରାକ୍ ଦୋହରୀକରଣ ଏବଂ ଯାତ୍ରୀ ସୁବିଧା ବୃଦ୍ଧିରେ ଉଲ୍ଲେଖନୀୟ ଅଗ୍ରଗତି ହୋଇଛି – ଯାହା ପୂର୍ବ ବର୍ଷଗୁଡ଼ିକର ଅଗ୍ରଗତିକୁ ବହୁ ପଛରେ ପକାଇଛି | “ବନ୍ଦେ ଭାରତ ଏକ୍ସପ୍ରେସ” ଭଳି ଆଧୁନିକ ଟ୍ରେନର ପ୍ରଚଳନ ବିଷୟରେ ମଧ୍ୟ ଉଲ୍ଲେଖ କରି କହିଛନ୍ତି ଯେ ବର୍ତ୍ତମାନ ଓଡ଼ିଶାର ପ୍ରମୁଖ ଅଂଶକୁ ବନ୍ଦେ ଭାରତ ଏକ୍ସପ୍ରେସ ସଂଯୋଗ କରୁଛି ଏବଂ ଆଞ୍ଚଳିକ ସଂଯୋଗୀକରଣ ଏବଂ ବିକାଶକୁ ଆହୁରି ବୃଦ୍ଧି କରୁଛି | ରେଳ ରାଷ୍ଟ୍ର ମନ୍ତ୍ରୀ ଆଲୋକପାତ କରିଥିଲେ ଯେ ରୂପାନ୍ତରିତ ପୁରୀ ଷ୍ଟେସନ ରେ ‘ୱାନ ଷ୍ଟେସନ ୱାନ ପ୍ରଡକ୍ଟ’ ଷ୍ଟଲ ଉପଲବ୍ଧ କରାଯାଇ ସ୍ଥାନୀୟ ପ୍ରଡକ୍ଟ କୁ ପ୍ରୋତ୍ସାହନ ଦିଆଯିବ | ଏଥିରେ ଉନ୍ନତ ପ୍ରବେଶ, ଆଧୁନିକ ପ୍ରତୀକ୍ଷା ହଲ୍, ଲିଫ୍ଟ/ଏସ୍କେଲେଟର, ଏକଜିକ୍ୟୁଟିଭ୍ ଲାଉଞ୍ଜ, ସ୍ଥାନୀୟ ବୈଶିଷ୍ଟ୍ୟ ଏବଂ କିଓସ୍କ ସମେତ ବିଶ୍ୱସ୍ତରୀୟ ସୁବିଧା ପ୍ରଦାନ କରିବ l ଶ୍ରୀ ସୋମନ୍ନାଙ୍କ ସହିତ ପୂର୍ବ ତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ବି.ଏସ୍. ରାଜକୁମାର, ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଏଚ୍.ଏସ୍. ବାଜୱା ଏବଂ ମୁଖ୍ୟ ପ୍ରଶାସନିକ ଅଧିକାରୀ/ନିର୍ମାଣ ଏ.ଜି. ଶ୍ରୀନିବାସଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀମାନେ ତାଙ୍କ ଗସ୍ତ ସମୟରେ ଉପସ୍ଥିତ ଥିଲେ | ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭାରତୀୟ ରେଳପଥକୁ ରୂପାନ୍ତରଣ କରିବାର ଦୃଷ୍ଟିକୋଣ ସହିତ ସମନ୍ୱୟ ରଖି ତୀର୍ଥଯାତ୍ରୀ, ପର୍ଯ୍ୟଟକ ଏବଂ ସ୍ଥାନୀୟ ଯାତ୍ରୀଙ୍କ ପାଇଁ ଯାତ୍ରା ଅଭିଜ୍ଞତାକୁ ବୃଦ୍ଧି କରିବା ପାଇଁ ଏହି ପୁନର୍ବିକାଶର ଲକ୍ଷ୍ୟ ରଖାଯାଇଛି l Categories: ଓଡ଼ିଶା, ପୁରୀ, ହୋମ୍ Related Content କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ by Proprietor Abhimanyu Maharana August 4, 2026 ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର by Proprietor Abhimanyu Maharana August 4, 2026 ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ : କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି by Proprietor Abhimanyu Maharana August 4, 2026 କ୍ରୀଡ଼ା କ୍ଷେତ୍ରରେ ମିଳିମିଶି କାମ କରିବେ ଓଡ଼ିଶା ଓ ବିହାର; ବିହାର କ୍ରୀଡ଼ା ମନ୍ତ୍ରୀଙ୍କ ଚାରିଦିନିଆ ଓଡ଼ିଶା ଗସ୍ତ ଉଦ୍ଯାପିତ by Proprietor Abhimanyu Maharana August 4, 2026 ରାଷ୍ଟ୍ରପତି ଭବନ ରେ ସ୍ଥାପିତ ହେବ ୩ ରଥ ର ତିନୋଟି ଚକ by Proprietor Abhimanyu Maharana August 4, 2026 ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ by Proprietor Abhimanyu Maharana August 4, 2026