ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ – ଭୁବନେଶ୍ୱର

ଓଡ଼ିଶା ତାଜା ନ୍ୟୁଜ (୭ ସେପ୍ଟେମ୍ବର ସୋମବାର) ଭୁବନେଶ୍ୱର :- ପୂର୍ବତନ ରାଜ୍ୟସଭା ସାଂସଦ ତଥା ବିଜେଡିର ବରିଷ୍ଠ ନେତା ଶ୍ରୀ ନରେନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ କୁମାର ନାଏକ ଗଭୀର ଶୋକ ବ୍ୟକ୍ତ କରିବା ସହ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରି ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି ।

ଶ୍ରୀ ସ୍ୱାଇଁ ଚିକିତ୍ସିତ ଅବସ୍ଥାରେ ୮୨ ବର୍ଷ ବୟସରେ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସ୍ୱର୍ଗତଃ ସ୍ୱାଇଁଙ୍କ ନିଧନରେ ରାଜ୍ୟ ଜଣେ ଦକ୍ଷ ରାଜନୀତିଜ୍ଞଙ୍କୁ ହରାଇଲା ବୋଲି କହିବା ସହ ଦୁଃଖ ପ୍ରକାଶ କରି ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ଶୋକସନ୍ତପ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନା କରିଛନ୍ତି ।

Exit mobile version