ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ବଳଙ୍ଗା ନାବାଳିକା ପୀଡିତାଙ୍କ ଆଶୁ ଆରୋଗ୍ୟ କାମନା କରି ବିଜେଡି ସଂଖ୍ୟାଲଘୁ ସେଲ ପକ୍ଷରୁ ଶଙ୍ଖ ଭବନଠାରେ ପ୍ରାର୍ଥନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରାର୍ଥନା ସଭାରେ ବାଲେଶ୍ୱର ଏଫ୍ଏମ୍ କଲେଜର ଛାତ୍ରୀ ସୌମ୍ୟାଶ୍ରୀର ଆତ୍ମାର ସଦ୍ଗତି କାମନା କରାଯିବା ସହ ତାଙ୍କ ପରିବାରକୁ ସମବେଦନା ଜ୍ଞାପନ କରାଯାଇଥିଲା । ସଂଖ୍ୟାଲଘୁ ସେଲ୍ ସହସଂଯୋଜକ ରିଜୁୱାନ ବେଗମଙ୍କ ଆବାହକତ୍ୱରେ ଏହି ପ୍ରାର୍ଥନା ସଭା ଅନୁଷ୍ଠିତ ହୋଇଥିଲା ।
