
ଭୁବନେଶ୍ବର (ଓଡ଼ିଶା ତାଜା ନ୍ୟୁଜ୍) :- ରାଜ୍ୟ ସରକାର ଆଜି ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି । ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି ବିଜ୍ଞପ୍ତି ଅନୁସାରେ ୧୩ ଜଣ ଆଇଏଏସ୍ ଅଧିକାରୀଙ୍କର ବଦଳି ହୋଇଛି ୨୦୦୫ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ତଥା ବିଏମ୍ସି କମିସନର ରାଜେଶ ପ୍ରଭାକର ପାଟିଲଙ୍କୁ ସମବାୟ ସଚିବ ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି ।

