Home ଓଡ଼ିଶା ଆମେଣେଇ ମନ୍ଦିରରେ ମା ଙ୍କର ନୂତନ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଓ ବିଶ୍ଵଶାନ୍ତି ମହାଯଜ୍ଞ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ବାଲିପାଟଣା (ଓଡ଼ିଶା ତାଜା ନ୍ୟୁଜ୍) :- ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ଅନ୍ତର୍ଗତ ଆମଣ।କୁଦ ଗ୍ରାମ ସ୍ଥିତ ମା ଆମେଣେଇ ଦେବୀଙ୍କର ନୂତନ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଓ ବିଶ୍ଵଶାନ୍ତି ମହାଯଜ୍ଞ ବହୁ ଆନନ୍ଦ ଉଲ୍ଲାସ ମଧ୍ୟରେ ୪ଦିନ ବ୍ୟାପୀ ଅନୁଷ୍ଠିତ ହୋଇଯାଇଛି । ଗ୍ରାମ ନିକଟସ୍ଥ ପୁରାଣ ପ୍ରସିଦ୍ଧ ପୁଣ୍ୟତୋୟା ପ୍ରାଚୀ ନଦୀରୁ ୧୦୮ କଳସୀରେ ଜଳ ଆଣି ଗ୍ରାମର ଶତାଧିକ ପୁରୁଷ ଓ ମହିଳା ମନ୍ଦିରରେ ପହଞ୍ଚି ଥିଲେ । ହରି ବୋଲ ହୁଳ ହୁଳି ଶଙ୍ଖ ମଧ୍ୟରେ ଠାକୁରଙ୍କ ରୀତି ନୀତି ପୂଜା ଅର୍ଚ୍ଚନା ପରେ ମନ୍ଦିର ପ୍ରବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗ୍ରାମବାସୀଙ୍କ ସହଯୋଗରେ ସେଠାରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା । ଏହି ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ୪ ଦିନ ବ୍ୟାପୀ ଅନୁଷ୍ଠିତ ହୋଇଥିଲା । ଏହି ଯଜ୍ଞ କାର୍ଯ୍ୟକ୍ରମରେ ବିଶିଷ୍ଟ ପଣ୍ତିତମାନଙ୍କ ଦ୍ବାରା ବେଦ ପାଠ କରାଯାଇଥିବାବେଳେ ଗ୍ରାମର ସମସ୍ତ ଗ୍ରାମବାସୀ ଏହି ଉତ୍ସବରେ ସହଯୋଗ କରିଥିଲେ । ଏହି ମନ୍ଦିରରେ ବିଗ୍ରହ ପ୍ରତିଷ୍ଠା ଉତ୍ସବ ପାଳନ ନେଇ ଗ୍ରାମରେ ଆନନ୍ଦ ଦେଖା ଦେଇଛି । Categories: ଓଡ଼ିଶା, କଟକ, ହୋମ୍ Related Content ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ by Proprietor Abhimanyu Maharana July 27, 2026 କ୍ରମ୍ପଟନ ପମ୍ପ୍ସ୍ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା by Proprietor Abhimanyu Maharana July 27, 2026 ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ ମାସର ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା by Proprietor Abhimanyu Maharana July 27, 2026 ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ by Proprietor Abhimanyu Maharana July 27, 2026 ଛାତ୍ରଛାତ୍ରୀଙ୍କ ଇଂଡକ୍ସନ କାର୍ଯ୍ୟକ୍ରମ by Proprietor Abhimanyu Maharana July 27, 2026 ଧ୍ୟାନକୁଦ ପୀଠରେ ଶ୍ରୀଜିୟୁ ମାନଙ୍କ ନୀଳାଦ୍ରି ବିଜେ by Proprietor Abhimanyu Maharana July 27, 2026