Home ଓଡ଼ିଶା ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନିତୀ ପାଇଁ ଆସନ୍ତକାଲି ସୋମବାର ୪ଘଣ୍ଟା ଦର୍ଶନ ବନ୍ଦ ରହିବ by Proprietor Abhimanyu Maharana 9 months ago Share on FacebookShare on TwitterWhatsapp ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ଆସନ୍ତାକାଲି ୨୮ତାରିଖ ସୋମବାର ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ ।ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ଅବଗତି ନିମନ୍ତେ ଏହି ସୂଚନା ଦିଆଯାଇଛି l ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ l ଏହା ଏକ ଗୁପ୍ତ ନୀ ଏହି ନୀତିରେ ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ । ମହପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ । ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି । ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି । ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ । ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିବେ | ବର୍ଷ କୁ ଦୁଇ ତିନି ଥର ଏହି ନିତୀ ଅନୁଷ୍ଠିତ ହୋଇଥାଏ | ରଥଯାତ୍ରା ପରେ ଶ୍ରୀପୟର ସୁରକ୍ଷା ପାଇଁ ଏହି ନିତୀ କରାଯାଇଥାଏ. | ନିତୀ ସମାପନ ହେବା ପରେ ମହାପ୍ରଭୁ ଙ୍କ ମହାସ୍ନାନ ହୋଇଥାଏ | ପରେ ପରେ ଆଳତୀ, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡସିଂହାର ବେଶ. ବଡ଼ସିଂହାର ଭୋଗ, ହୋଇ ରାତ୍ର ପହୁଡ଼ କରାଯିବ l Categories: ଓଡ଼ିଶା, ପୁରୀ, ହୋମ୍ Related Content ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ by Proprietor Abhimanyu Maharana May 6, 2026 ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ by Proprietor Abhimanyu Maharana May 6, 2026 ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର by Proprietor Abhimanyu Maharana May 6, 2026 ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ by Proprietor Abhimanyu Maharana May 6, 2026 ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି by Proprietor Abhimanyu Maharana May 6, 2026 ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର by Proprietor Abhimanyu Maharana May 6, 2026