Home ଓଡ଼ିଶା ନାବାଗତ ଛାତ୍ର ଛାତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଓ ନାରୀ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ସ୍ଥିତ ବାପୁଜୀ ଜୁନିୟର କଲେଜ ପରିସରରେ ନବାଗତ ଛାତ୍ର ଛାତ୍ରୀ ମାନଙ୍କୁ ବହୁ ଆଡମ୍ବର ସହ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିବା ସହ ନାରୀ ସୁରକ୍ଷା ସଚେତନତା ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ନେତ୍ରଭାନୁ ପାଇକଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଆଇସିସି ପ୍ରିଜାଇଡିଂ ଅଫିସର ଶ୍ରୀମତୀ ଶୈଳବାଳା ନାୟକ ଉପସ୍ଥିତ ଥିବା ବେଳେ ଶିକ୍ଷକ ବିକ୍ରମ କେଶରୀ ସାହୁ ସ୍ବାଗତ ଭାଷଣ ପ୍ରଦାନ ସହ ମଞ୍ଚ ପରିଚାଳନା କରିଥିଲେ । ଯୌନ ନିର୍ଯାତନା ନିରାକରଣ ସମ୍ପର୍କରେ ସ୍ଥାନୀୟ କଲେଜ ଅଧକ୍ଷ ନେତ୍ରଭାନୁ ପାଇକ ପୁଙ୍ଖାନୁପୁଙ୍ଖ ଭାବେ ଛାତ୍ର ଛାତ୍ରୀ ମାନଙ୍କୁ ବୁଝାଇଥିଲେ । ଆଇସିସି ସଦସ୍ୟ ଅଧ୍ୟାପକ ଦେବେନ୍ଦ୍ର ପ୍ରଧାନ, ନୃସିଂହ ଚରଣ ଗୌଡ଼ ଓ ଘନେଶ୍ବର ସାର ପ୍ରମୁଖ ଉପସ୍ଥିତ ରହି ନାରୀ ସୁରକ୍ଷା ଉପରେ ଛାତ୍ର ଛାତ୍ରୀ ମାନଙ୍କୁ ଶପଥ ପାଠ କରାଇଥିଲେ । ଏହି ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ କଲେଜ ର ସମସ୍ତ କର୍ମଚାରୀ, ଛାତ୍ର, ଛାତ୍ରୀ ଉପସ୍ଥିତ ଥିଲେ। ଶେଷରେ ଓଡ଼ିଆ ଅଧ୍ୟାପକ ପ୍ରକାଶ କୁମାର ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ by Proprietor Abhimanyu Maharana September 24, 2026 ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ,୩୩ ଓଡ୍ରାଫ୍ ଟିମ୍ ମୃତୟନ by Proprietor Abhimanyu Maharana September 24, 2026 ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି by Proprietor Abhimanyu Maharana September 24, 2026 Vedanta Aluminium's Skill Development Initiative Upskills 1000 Plus Kalahandi Youths, Enabling Sustainable Livelihoods by Proprietor Abhimanyu Maharana September 24, 2026 ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା by Proprietor Abhimanyu Maharana September 23, 2026 ୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ by Proprietor Abhimanyu Maharana September 23, 2026