ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ମାଲକାନଗିରି ୭୯ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ, ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ଉପସ୍ଥିତ ଥିଲେ।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ଗତ ବର୍ଷର କାର୍ଯ୍ୟକ୍ରମ ବିବରଣୀ ପାଠ କରି ସଂଯୋଜନା କରିବା ସହ ଚଳିତ ବର୍ଷ ପାଇଁ ବୈଠକରେ ଉପସ୍ଥିତ ବ୍ୟକ୍ତି ବିଶେଷଙ୍କ ପ୍ରସ୍ତାବ ଲୋଡିଥିଲେ । ସ୍ୱାଧୀନତା ଦିବସ ପାଳନ ଦିନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରାମଧୂନ ପରିବେଷଣ କରାଯିବ ।
