Home ଓଡ଼ିଶା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ଵାଧିନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସକୁ ମହାସମାରୋହରେ ପାଳନ କରିବା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ତହସିଲଦାର ତଥା ଭାରପ୍ରାପ୍ତ ଉପଜିଲ୍ଲାପାଳ ଦୀପ୍ତି ପ୍ରକାଶ ବେହେରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ଏବିଡ଼ିଓ ତଥା ଭାରପ୍ରାପ୍ତ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ କୁମାର ବାଗ, ଥାନା ଅଧିକାରୀ ସମ୍ବିତ କୁମାର ସ୍ୱାଇଁ ପ୍ରମୁଖ ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଗଣ ଉପସ୍ଥିତ ଥିଲେ । ଉପଖଣ୍ଡ ଉତ୍ସବ ପାଳନ କମିଟି ର ସହ ସମ୍ପାଦକ ତୀର୍ଥବାସି ଘଡେଇ ବାର୍ଷିକ ବିବରଣୀ ପାଠ କରି ସଂଯୋଜନା କରିବା ସହ ଚଳିତ ବର୍ଷ ପାଇଁ ବୈଠକରେ ଉପସ୍ଥିତ ବ୍ୟକ୍ତି ବିଶେଷଙ୍କ ପ୍ରସ୍ତାବ ଲୋଡିଥିଲେ l ସ୍ୱାଧୀନତା ଦିବସ ପାଳନ ଦିନ ପ୍ରତ୍ୟୁଷରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହର ରେ ରାମଧୂନ ପରିବେଷଣ କରାଯିବ । ସକାଳ ଘ ୭.୩୦ ମି ଠାରୁ ଘ. ୮ ଟା ମଧ୍ୟରେ ପ୍ରତ୍ୟେକ ସରକାରୀ, ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ସେହିପରି ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ଅନୁଷ୍ଠିତ ହେବାକୁ ଥିବା ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସର ସକାଳ ଘ. ୯. ୧୫ମି. ସମୟରେ ଅନୁଷ୍ଠାନିକ ଭାବେ ମୁଖ୍ୟ ଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତଳୋନ କରାଯିବା ସହ ପ୍ୟାରେଡ ପ୍ରତିଯୋଗିତା ର ଅଭିବାଦନ ଗ୍ରହଣ କରିବେ l ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବକୃତା ଓ ଦେଶାତ୍ମକବୋଧ ଭଳି ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ। ଏହି କାର୍ଯ୍ୟକ୍ରମ ରେ ଅନ୍ୟାନ୍ୟ ଅନୁସାଙ୍ଗିକ ବ୍ୟବସ୍ଥା ସୁଚାରୁ ଭାବେ ଆୟୋଜନ କରିବା ପାଇଁ ବିଭିନ୍ନ କମିଟି ଗଠନ କରି ବିଭିନ୍ନ ବ୍ୟକ୍ତି ବିଶେଷ ଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି l ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଅଭିମନ୍ୟୁ ପ୍ରଧାନ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ର କର୍ମଚାରୀ ଗଣ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ by Proprietor Abhimanyu Maharana September 24, 2026 ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ,୩୩ ଓଡ୍ରାଫ୍ ଟିମ୍ ମୃତୟନ by Proprietor Abhimanyu Maharana September 24, 2026 ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି by Proprietor Abhimanyu Maharana September 24, 2026 Vedanta Aluminium's Skill Development Initiative Upskills 1000 Plus Kalahandi Youths, Enabling Sustainable Livelihoods by Proprietor Abhimanyu Maharana September 24, 2026 ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା by Proprietor Abhimanyu Maharana September 23, 2026 ୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ by Proprietor Abhimanyu Maharana September 23, 2026