Home Uncategorized ଆଖି ବୁଜିଲେ ବଳଙ୍ଗା ପୀଡ଼ିତା : ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ପୁରୀଜିଲ୍ଲା ବଳଙ୍ଗା ନାବାଳିକା ପୀଡ଼ିତା ଆଉ ନାହାନ୍ତି । ଜୀବନ ଯୁଦ୍ଧରେ ସେ ହାରି ଯାଇଛନ୍ତି । ଏମ୍ସ ଦିଲ୍ଲୀରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଡାକ୍ତରମାନେ ବଳଙ୍ଗା ପୀଡ଼ିତାଙ୍କୁ ବଞ୍ଚାଇବା ପାଇଁ ଶତ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଛନ୍ତି । ଏହି ଖବର ଜଣାପଡ଼ିବା ପରେ ବଳଙ୍ଗାରେ ଚାପା ଉତ୍ତେଜନା ପ୍ରକାଶ ପାଇଛି । ବଳଙ୍ଗା ପୀଡ଼ିତାଙ୍କୁ ବଞ୍ଚାଇବା ପାଇଁ ଡାକ୍ତରୀ ଦଳ ପୁରା ଉଦ୍ୟମ କରିଥିଲେ । ଏମ୍ସ ଭୁବନେଶ୍ୱରରେ ଏକ ୧୪ ଜଣିଆ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଏବଂ ବିରୋଧୀ ଦଳ ଏମ୍ସ ଦିଲ୍ଲୀ ଏୟାରଲିଫ୍ଟ ଦାବି କରିଥିଲେ । ସରକାର ମଧ୍ୟ ଏହାକୁ ସମ୍ବେଦନଶୀଳ ମାମଲା ମନେ କରି ଏମ୍ସ ଦିଲ୍ଲୀ ସ୍ଥାନାନ୍ତରିତ କରାଯାଇଥିଲା । ସୂଚନାଯୋଗ୍ୟ, ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଗତମାସ ୧୯ ତାରିଖ ଦିନ ପୂର୍ବାହ୍ଣରେ ନିଜ ସାଙ୍ଗ ଘରକୁ ଲୋଣସି କାମରେ ଯାଉଥିଲା । ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ । ସେଠାରେ ନିଆଁ ଲଗାଇ ଦେଇଥିଲେ । ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦେ?ଡ଼ିବାରେ ଲାଗିଥିଲେ । ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ । ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା । ନାବାଳିକାର ଶରୀର ୭୫ ପ୍ରତିଶତ ପୋଡ଼ି ଯାଇଥିବାରୁ ତାଙ୍କୁ ଜୁଲାଇ ୨୨ ତାରିଖ ଦିନ ଏମ୍?ସ ଦିଲ୍ଲୀକୁ ସ୍ଥାନାନ୍ତରିତ କରାଯାଇଥିଲା । ଏଥି ପାଇଁ ଏମ୍ସ ଭୁବନେଶ୍ୱରରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ କରିଡ଼ର କରାଯାଇଥିଲା । ଏହି ସମ୍ବେଦନଶୀଳ ଘଟଣା ନେଇ ରାଜ୍ୟ ସରକାର ଖୁବ ତତ୍ପରତା ପ୍ରକାଶ କରିଥିଲେ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଯାଇ ଏମ୍ସରେ ପୀଡ଼ିତାଙ୍କୁ ଭେଟିଥିଲେ ଓ ପରିବାର ଲୋକଙ୍କ ସହିତ କଥା ହୋଇଥିଲେ । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଥିଲେ । ସେ ପରିବାର? ଲୋକଙ୍କ ସହିତ କଥା ହୋଇ ରାଜ୍ୟ ସରକାର ସମସ୍ତ ପ୍ରକାରର ସହଯୋଗର ହାତ ବଢ଼ାଇବେ ବୋଲି କହିଥିଲେ । Categories: Uncategorized Related Content ରାତ୍ର ପେଟ୍ରୋଲିଂ କଡାକଡି କରିବା ପାଇଁ ବୁଦ୍ଧିଜିବି ମହଲରେ ଦାବି by Proprietor Abhimanyu Maharana August 15, 2026 ରଥଯାତ୍ରା ୨୦୨୬ ପ୍ରସ୍ତୁତି ନେଇ ଛତିଶା ନିଯୋଗ ସହ ସମନ୍ୱୟ ବୈଠକ by Proprietor Abhimanyu Maharana July 3, 2026 Preparations on for Ratha Yatra at Delhi’s Hauz Khas Temple by Proprietor Abhimanyu Maharana June 27, 2026 ପୁରୀରେ ପଞ୍ଚମୁଖୀ ମହାବୀରଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା, ତିନିଦିନିଆ ଯଜ୍ଞରେ ଭକ୍ତିମୟ ପରିବେଶ by Proprietor Abhimanyu Maharana April 8, 2026 କୁଦିଆରୀ ମା ଜାଗୁଳେଇଙ୍କ ବାସନ୍ତିକ ଦୁର୍ଗାପୂଜା ଓ ନବରାତ୍ର ମହୋତ୍ସବ : ସ୍କାଳରାତ୍ରି ବେଶରେ ଦର୍ଶନ ଦେଲେ ମା' by Proprietor Abhimanyu Maharana March 25, 2026 ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ by Proprietor Abhimanyu Maharana March 8, 2026