ବେଲପଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :- ବଲାଙ୍ଗୀର ଜିଲ୍ହା କଣ୍ଟାବାଞ୍ଜି ନୂଆପଡା ପ୍ରାଥମିକ ବିଦ୍ୟାଳୟ ଠାରେ ଚଳିତ ମାସ ର ମାସିକ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ଯାଇଅଛି।ଉକ୍ତ ବୈଠକ ରେ କଣ୍ଟାବାଞ୍ଜି ସହର ର ସମସ୍ତ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଓ ମୌଳିକ ଭାଷା ଓ ସଂଖ୍ୟlଜ୍ଞାନ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । କଣ୍ଟାବାଞ୍ଜି ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଦିନେଶ ମହାନନ୍ଦ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ସ୍ଵାଗତ ଜଣାଇ ତାଲିମ୍ କୁ ଆରମ୍ଭ କରିଥିଲେ ।
