Home ଓଡ଼ିଶା ଏନ୍ଆଇଏ’ର ଏସ୍ପି ସାଗରିକା ନାଥ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ସାଗରିକା ନାଥ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ)ର ଏସ୍ପି ଭାବେ ନିଯୁକ୍ତି ପାଇଛନ୍ତି । ୨୦୧୬ ବ୍ୟାଚ୍?ର ଓଡ଼ିଶା କ୍ୟାଡର ଭାରତୀୟ ପୁଲିସ ସେବା (ଆଇପିଏସ୍) ଅଫିସର ସାଗରିକା ନାଥଙ୍କ ‘ଏନ୍ଆଇଏ’ରେ ଏସ୍ପି ନିଯୁକ୍ତି ନେଇ ଗୃହ ମନ୍ତ୍ରଣାଳୟର ସଚିବ ସଂଜୀବ କୁମାର ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଏହା ସ୍ପଷ୍ଟ କରିଛନ୍ତି । ସୂଚନାଯୋଗ୍ୟ, ସାଗରିକାଙ୍କ ମୂଳ ଘର ଢେଙ୍କାନାଳ ଜିଲ୍ଲାରେ । ସେ କୋରାପୁଟ ଜିଲ୍ଲାର ଦାମନଯୋଡ଼ି ଦିଲ୍ଲୀ ପବ୍ଲିକ୍ ସ୍କୁଲ୍ରୁ ମାଟ୍ରିକ୍ ପାସ୍ କରିଥିଲେ । ବିଶାଖାପାଟଣାରେ ଯୁକ୍ତଦୁଇ ପଢ଼ିବା ପରେ ଭୁବନେଶ୍ୱରସ୍ଥିତ ସିଇଟିରୁ ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂରେ ଡିଗ୍ରି ହାସଲ କରିଥିଲେ । ୟୁପିଏସ୍ସି ସିଭିଲ୍ ସର୍ଭିସେସ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ୨୦୧୬ ମସିହାରେ ଭାରତୀୟ ପୁଲିସ ସେବାରେ ଯୋଗଦେଇଥିଲେ । ତାଙ୍କ ବାପା ପ୍ରଦୀପ କୁମାର ନାଥ ନାଲ୍କୋରେ ଡିଜିଏମ୍ ଥିଲେ । ଦାଦା ସୁଶାନ୍ତ ନାଥ ମଧ୍ୟ ଓଡ଼ିଶା କ୍ୟାଡର ଆଇପିଏସ୍ । ସାଗରିକା ନାଥ ବର୍ତ୍ତମାନ ଖୋର୍ଦ୍ଧା ଏସ୍ପି ଭାବେ କାର୍ଯ୍ୟ କରୁଛନ୍ତି । ଏହା ପୂର୍ବରୁ ସେ ବାଲେଶ୍ୱର ଏବଂ ସୁନ୍ଦରଗଡ଼ରେ ଏସ୍ପି ଭାବେ କାମ କରି ପ୍ରଶଂସାର ପାତ୍ରୀ ହୋଇଥିଲେ । ୩୭ ବର୍ଷୀୟା ଓଡ଼ିଆ ଆଇପିଏସ୍ ଅଧିକାରୀ ସାଗରିକା ନାଥ ପୁଲିସ ଚାକିରିରେ ନିଷ୍ଠାପର ସେବା ଓ ସାହସିକତା ପାଇଁ ସାରା ଓଡ଼ିଶାରେ ବେଶ୍ ଲୋକପ୍ରିୟ । କମିସନରେଟ୍ ପୁଲିସରେ ଥିବା ବେଳେ ନିଜର ଉତ୍ତମ ବ୍ୟବହାର ଓ ଟ୍ରାଫିକ୍ ନିୟକ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଚର୍ଚ୍ଚାରେ ଥିଲେ । ସେ ବ୍ୟସ୍ତବହୁଳ ଜୀବନରୁ ସମୟ ବାହାର କରି ବିଭିନ୍ନ ସାମାଜିକ କାମରେ ପ୍ରତ୍ୟକ୍ଷ ଅଂଶଗ୍ରହଣ କରିଥା’ନ୍ତି । କ୍ରୀଡ଼ା ଓ ସଂଗୀତ ପ୍ରତି ମଧ୍ୟ ତାଙ୍କର ବେଶ୍ ରୁଚି ରହିଛି । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content Taneira reimagines ‘Solah Shringaar’ for the modern Indian woman with its new Diwali campaign by Proprietor Abhimanyu Maharana October 7, 2026 VeDakshata : Creating Pathways to Livelihood for Rural Youth by Proprietor Abhimanyu Maharana October 7, 2026 ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି by Proprietor Abhimanyu Maharana October 7, 2026 ସିଲଭର ଗାନ୍ଧୀଙ୍କ ଦ୍ୱାରା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ନିୟମିତକରଣ ଦାବୀ - ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ by Proprietor Abhimanyu Maharana October 7, 2026 Silver Gandhi demands regularisation of Contractual Teachers - Submitted Memorandum to CM by Proprietor Abhimanyu Maharana October 7, 2026 ମାଫିଆ ଓ ସିଣ୍ଡିକେଟଙ୍କ ସଲା ସୁତୁରାରେ ବେଧଡକ ଗୋଚାଲାଣ : କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସର ହାତ ଥରୁଛି by Proprietor Abhimanyu Maharana October 7, 2026