ବେଲପଡା (ଓଡ଼ିଶା ତାଜା ନ୍ୟୁଜ୍) :- ବେଲପଡା ବ୍ଲକ ଅନ୍ତର୍ଗତ ବିଛୁବାହାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ଠାରେ ମଙ୍ଗଲବାର ତିଥି ଭୋଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଘନଶ୍ୟାମ ବେହେରାଙ୍କ ଅଧ୍ୟକ୍ଷତାରେ ବିଛୁବାହାଲି ସରକାରୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଗାଁର ଗୋଅନ୍ତିଆ ମନମୋହନ ମାଝୀ, ଭାଲୁମୁଣ୍ଡା ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ମନବୋଧ କାଲସାଏ ଯୋଗ ଦେଇଥିଲେ ।

