Home ଓଡ଼ିଶା ପଟ୍ଟାମୁଣ୍ଡାଇରେ ଛାତ୍ରୀ ଜିଅନ୍ତା ଜଳିଯିବା ଘଟଣା ସରକାରଙ୍କ ଦାୟିତ୍ୱହୀନତା ଓ ନିଷ୍କି୍ରୟତା ପାଇଁ ଜଳୁଛି ଛାତ୍ରୀଙ୍କ ଜୀବନ – ବିଜେଡି by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ଆଉ କେତେଜଣ ଜଳିଲେ ଚେତିବେ ଡବଲ ଇଞ୍ଜିନ ସରକାର ପୋଲିସ ଏତଲା ଗ୍ରହଣ ନ କରିବା ବିଜେପି ସରକାରରେ ସ୍ୱାଭାବିକ ଗୃହ ବିଭାଗ ଅସୁସ୍ଥ, ମୁଖ୍ୟମନ୍ତ୍ରୀ ଅସହାୟ ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତୁ୍ୟ ଘଟଣା, ବଳଙ୍ଗା ନାବାଳିକାଙ୍କୁ ପୋଡ଼ି ମାରିଦେବା ଘଟଣା ଲୋକଙ୍କ ମନରୁ ଲିଭି ନଥିବା ବେଳେ, ଆଜି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବଡ଼ପଡ଼ା ପଞ୍ଚାୟତରେ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ କିରୋସିନ ଢାଳି ହୋଇ ଆତ୍ମାହୂତି ଦେବା ଘଟଣା ସାରା ରାଜ୍ୟକୁ ସ୍ତବ୍ଧ କରିଛି । ଘଟଣାରେ ସରକାରଙ୍କ ନିଷ୍କି୍ରୟତା ଓ ପୋଲିସ୍ ବିଭାଗର ଦାୟିତ୍ୱହୀନତାକୁ କଡ଼ା ନିନ୍ଦା କରିଛି ବିଜୁ ଜନତା ଦଳ । ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି, ମୁଖପାତ୍ର ଶ୍ରୀମତୀ ଇପ୍ସୀତା ସାହୁ ଓ ସୋଫିଆ ଆଲାମ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟରେ ପୋଲିସ୍ର ନିଷ୍କି୍ରୟତା ଓ ଦୁର୍ବଳ ଶାସନ ପାଇଁ ପୁଣି ଜଣେ ଛାତ୍ରୀଙ୍କୁ ମୃତୁ୍ୟ ମୁଖକୁ ଠେଲି ଦେଇଛି ବିଜେପି ସରକାର ।ଆଉ କେତେ ଜଣ ଜଳିଲେ, ଏ ସରକାର ଚେତିବେ ବୋଲି ବିଜେଡି ପ୍ରଶ୍ନ କରିଛି । ବିଜେପି ସରକାରକୁ ଆସିବା ପରେ ଶାନ୍ତିପି୍ରୟ ଓଡ଼ିଶାରେ ନାରୀ ନିର୍ଯାତନା ଘଟଣା ଉଦ୍ବେଗଜନକ ଭାବେ ବୃଦ୍ଧି ପାଇଛି । ପୀଡ଼ିତା ଛାତ୍ରୀ ଜନୈକ ଯୁବକଙ୍କ ଦ୍ୱାରା ନିର୍ଯାତନାର ଶିକାର ହେଲା ପରେ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନାର ଦ୍ୱାରସ୍ଥ ହୋଇଥିଲେ । ତାଙ୍କ ଅଭିଯୋଗକୁ ପୋଲିସ୍ ଗ୍ରହଣ ନ କରି, ଯେଉଁ ନମ୍ବରରୁ ତୁମକୁ ଫୋନ୍ କଲ୍ କିମ୍ବା ମେସେଜ୍ ଆସୁଛି, ସେ ନମ୍ବରକୁ ବ୍ଲକ କରି ନିରାପଦରେ ରହିବା ପାଇଁ ପରାମର୍ଶ ଦେଇଥିଲେ, ଏହା ପୋଲିସ୍ର କର୍ତ୍ତବ୍ୟ ପାଳନରେ ଚରମ ଅବହେଳା ନୁହେଁ କି ବୋଲି ଡ଼ ମହାନ୍ତି ପ୍ରଶ୍ନ କରିଥିଲେ ।ଆମର ପ୍ରଶ୍ନ ମୁଖ୍ୟମନ୍ତ୍ରୀ ପୋଲିସ୍ ମହାନିଦେ୍ର୍ଦଶକଙ୍କୁ ଜିରୋ ଏଫଆଇଆର ରେଜିଷ୍ଟ୍ରେସନ କରିବା ପାଇଁ ନିଦେ୍ର୍ଦଶ ଦେଇଥିଲେ, ସେ ନିଦେ୍ର୍ଦଶକୁ କ’ଣ ପାଇଁ ପୋଲିସ୍ ଓ ଡିଜିପି କାର୍ଯ୍ୟକାରୀ କଲେ ନାହିଁ ? ଯଦି ପୋଲିସ୍ ପୀଡ଼ିତାଙ୍କ ଏତଲାକୁ ଗ୍ରହଣ କରି କାର୍ଯ୍ୟାନୁଷ୍ଠାନ ନେଇଥାନ୍ତା, ତାହେଲେ ଆଜି ଆଉ ଜଣେ ଛାତ୍ରୀଙ୍କ ଅମୂଲ୍ୟ ଜୀବନ ବଞ୍ଚିଯାଇ ଥାଆନ୍ତା । ପୀଡ଼ିତା ମୃତୁ୍ୟବରଣ କଲା ପରେ କେନ୍ଦ୍ରାପଡ଼ା ଏସ୍ପି ଘଟଣାସ୍ଥଳରେ ପହଞ୍ଚି ଗଣମାଧ୍ୟମକୁ କହିଛନ୍ତି, ବର୍ତ୍ତମାନ ଠାରୁ ମୁଁ ତଦନ୍ତ ଦାୟିତ୍ୱ ହାତକୁ ନେଉଛି । ଆମର ପ୍ରଶ୍ନ ଏପର୍ଯ୍ୟନ୍ତ ପୋଲିସ୍ ତଦନ୍ତ ଦାୟିତ୍ୱ କେଉଁ ଆଉଟ୍ସୋର୍ସିଂ ସଂସ୍ଥା ଦ୍ୱାରା କରାଉଥିଲେ କି ? ଏସ୍ପିଙ୍କ ବୟାନରୁ ଜଣାପଡୁଛି, ପୋଲିସ୍ ତା’ କାର୍ଯ୍ୟରେ ଶତପ୍ରତିଶତ ଅବହେଳା କରିଛି । ପୋଲିସ୍ର ଦାୟିତ୍ୱହୀନତା ପାଇଁ ଏଭଳି ଘଟଣା ବାରମ୍ବାର ଘଟୁଥିବାରୁ ମୁଖ୍ୟମନ୍ତ୍ରୀ ଗୃହ ବିଭାଗ ଚଳାଇବାରେ ଅସହାୟ । ଏହି ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀ ଅନ୍ୟ କାହାକୁ ହସ୍ତାନ୍ତର କରନ୍ତୁ ଏବଂ ଅପାରଗ ପୋଲିସ୍ ମହାନିଦେ୍ର୍ଦଶକ ତାଙ୍କ ଦାୟିତ୍ୱରୁ ଅବ୍ୟାହତି ନିଅନ୍ତୁ ବୋଲି ଡ଼ ମହାନ୍ତି କହିଛନ୍ତି । Categories: ଓଡ଼ିଶା, କେନ୍ଦ୍ରାପଡା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍ Related Content Taneira reimagines ‘Solah Shringaar’ for the modern Indian woman with its new Diwali campaign by Proprietor Abhimanyu Maharana October 7, 2026 VeDakshata : Creating Pathways to Livelihood for Rural Youth by Proprietor Abhimanyu Maharana October 7, 2026 ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି by Proprietor Abhimanyu Maharana October 7, 2026 ସିଲଭର ଗାନ୍ଧୀଙ୍କ ଦ୍ୱାରା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ନିୟମିତକରଣ ଦାବୀ - ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ by Proprietor Abhimanyu Maharana October 7, 2026 Silver Gandhi demands regularisation of Contractual Teachers - Submitted Memorandum to CM by Proprietor Abhimanyu Maharana October 7, 2026 ମାଫିଆ ଓ ସିଣ୍ଡିକେଟଙ୍କ ସଲା ସୁତୁରାରେ ବେଧଡକ ଗୋଚାଲାଣ : କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସର ହାତ ଥରୁଛି by Proprietor Abhimanyu Maharana October 7, 2026