
ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି l ପଞ୍ଚମ ଦିନର ଏହି ଉତ୍ସବରେ ସ୍ଥାନୀୟ ଅଞ୍ଚଳ ର ବରିଷ୍ଠ କ୍ରୀଡ଼ାବିତ ନାରାୟଣ ବିଶୋଇ ଏବଂ ଭୀମରାଜୁ ସାହୁ ଅତିଥି ଭାବେ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଦୁଇ ଦଳର ଖେଳାଳି ମାନଙ୍କ ସହ ପରିଚିତ ହୋଇଥିଲେ l

