ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ଫୁଟବଲ ଚମ୍ପିୟାନସିପ ଅନୁଷ୍ଠିତ ହେଉଥିଲା l ଦଶମ ଦିନ ତଥା ଦ୍ୱିତୀୟ ସେମି ଫାଇନାଲ ର ଉତ୍ସବରେ ସ୍ଥାନୀୟ ଅଞ୍ଚଳ ର ବରିଷ୍ଠ କ୍ରୀଡ଼ାବିତ ସନ୍ତୋଷ କୁମାର ଦାସ ଓ ରାଜକିଶୋର ଦାସ ଅତିଥି ଭାବେ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଦୁଇ ଦଳର ଖେଳାଳି ମାନଙ୍କ ସହ ପରିଚିତ ହୋଇଥିଲେ l

