Home ଓଡ଼ିଶା ଆରମ୍ଭ ହେଲା ସ୍ବାଧୀନତା ଦିବସ ଅଭ୍ୟାସ ପ୍ୟାରେଡ by Proprietor Abhimanyu Maharana 12 months ago Share on FacebookShare on TwitterWhatsapp ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ପୁରୀ ଜିଲ୍ଲା ସ୍ତରୀୟ ୭୯ ତମ ସ୍ବାଧୀନତା ଦିବସ ପାଳନ ର ଅବ୍ୟବହିତ ପୂର୍ବରୁ ଆରମ୍ଭ ହୋଇଛି ଅଭ୍ୟାସ ପ୍ୟାରେଡ଼ । ତାଳବଣିଆ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଠାରେ ଆଜି ଅପରାହ୍ନ ୩ ଘଟିକା ସମୟରେ ବିଭିନ୍ନ ଶିକ୍ଷାନୁଷ୍ଠାନ ର ଛାତ୍ରଛାତ୍ରୀ ମାନେ ପ୍ୟାରେଡ଼ ଅଭ୍ୟାସ କରିଥିଲେ । ପୋଲିସ ରିଜର୍ଭ ଇନିସପେକ୍ଟର ତଥା ପ୍ୟାରେଡ଼ କମାଣ୍ଡର ଚିତ୍ତ ରଞ୍ଜନ ମହାନ୍ତି ଙ୍କ ତତ୍ତ୍ୱାବଧାନରେ ଏହି ଅଭ୍ୟାସ ଆରମ୍ଭ ହୋଇଛି । ଏହି ଅଭ୍ୟାସ ମଧ୍ୟ ଆସନ୍ତା କାଲି ୧୨ତାରିଖ ଅପରାହ୍ନ ୩ ଘଟିକା ଓ ୧୩ ତାରିଖ ପୂର୍ବାହ୍ନ ୮ ଘଟିକା ସମୟରେ ଅନୁଷ୍ଠିତ ହେବ ବୋଲି ଶ୍ରୀ ମହାନ୍ତି ସୂଚନା ଦେଇଛନ୍ତି।ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଡାକବାଜି ବ୍ୟବସ୍ଥା, ଅଗ୍ନି ଶମ କାର୍ଯ୍ୟାଳୟ ପକ୍ଷରୁ ଅଗ୍ନି ନିର୍ବାପକ ଓ ପ୍ୟାରେଡ଼ ଗ୍ରାଉଣ୍ଡରେ ଜଳ ସିଞ୍ଚନ ବ୍ୟବସ୍ଥା, ମୁଖ୍ୟ ଚିକିତ୍ସା ବିଭାଗ ପକ୍ଷରୁ ଚିକିତ୍ସା ସୁବିଧା,ୱ୍ବାଟକୋ ପକ୍ଷରୁ ପାନୀୟ ଜଳ ବ୍ୟବସ୍ଥା, ପୌର ପାଳିକା ପକ୍ଷରୁ ପରିଷ୍କାର ପରିଛନ୍ନତା ବ୍ୟବସ୍ଥା କରାଯାଇଛି । ଅଭ୍ୟାସ ପ୍ୟାରେଡ଼ ଅବସରରେ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଓ ବ୍ୟାଙ୍କ ଙ୍କ ସହଯୋଗ ରେ ପିଲା ମାନଙ୍କୁ ବିସ୍କୁଟ ମଧ୍ୟ ପ୍ରଦାନ କରାଯାଇଥିଲା । ଏହି ଅଭ୍ୟାସ ପାରେଡରେ ଆରକ୍ଷୀ ବାହିନୀ,ଶ୍ରୀମନ୍ଦିର ସୁରକ୍ଷା ବାହିନୀ, ସେଣ୍ଟ ଜନ ଆମ୍ବୁଲାନ୍ସ ପୁରୀ ସେବା ସମିତି, ପୋଲିସ ବ୍ୟାଣ୍ଡ ଦଳ, ବିଭିନ୍ନ ଶିକ୍ଷାନୁଷ୍ଠାନ ର ଏନ ସି ସି, ସ୍କାଉଟ,ଗାଇଡ ର କ୍ଯାଡେଟ, ମାନେ ଅଂଶଗ୍ରହଣ କରିଥିଲେ।ସ୍ବାଧୀନତା ଦିବସ ପାରେଡରେ ଶ୍ରେଷ୍ଠ ଦଳ ଙ୍କୁ ସ୍ବାଧୀନତା ଦିବସ ର ମୁଖ୍ୟ ଅତିଥି ୧୫ ଅଗଷ୍ଟରେ ତାଳବଣିଆ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ରେ ସମ୍ବର୍ଦ୍ଧିତ କରିବେ । Categories: ଓଡ଼ିଶା, ପୁରୀ, ହୋମ୍ Related Content ଏକ ଦିବସୀୟ ଫୁଟବଲ୍ ମ୍ୟାଚ୍ ଅନୁଷ୍ଠିତ by Proprietor Abhimanyu Maharana August 3, 2026 ନୟାଗଡ଼ ଜିଲ୍ଲାର ସାହିତ୍ୟିକ ପରିଚୟ ପୁସ୍ତକ ଲୋକାର୍ପିତ by Proprietor Abhimanyu Maharana August 3, 2026 ପୁରୀ ଜିଲ୍ଲା ରେ ୧୪ ଟି ପଞ୍ଚାୟତ ର ୧୯ ଟି ଗ୍ରାମ ବନ୍ୟା ପ୍ରଭାବିତ by Proprietor Abhimanyu Maharana August 3, 2026 ଜ୍ଞାନ ବିଜ୍ଞାନ ମେଳା by Proprietor Abhimanyu Maharana August 3, 2026 ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ by Proprietor Abhimanyu Maharana August 3, 2026 TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING by Proprietor Abhimanyu Maharana August 3, 2026