ଚିନ୍ମୟ ମିଶନ ପକ୍ଷରୁ ହନୁମାନ ଚାଳିଶା ପଠନ ଏବଂ ସମୂହ ପ୍ରସାଦ ସେବନ

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍)  :- ଚିନ୍ମୟ ମିଶନ ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ସ୍ଥାନୀୟ ତ୍ରିନାଥ ଛକସ୍ଥିତ ଶ୍ରୀରାମ ମନ୍ଦିର ପରିସରରେ ହନୁମାନ ଚାଳିଶା ପଠନ ଏବଂ ସମୂହ ପ୍ରସାଦ ସେବନ କାର୍ଯ୍ୟକ୍ରମ ପବିତ୍ର ରେଖା ପଞ୍ଚମୀ ଅବସରରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନ ସଭାପତି ସୁରେନ୍ଦ୍ରନାଥ ମହାପାତ୍ର ଏବଂ ସମ୍ପାଦକ ଘନଶ୍ୟାମ ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ସଦସ୍ୟ ଥରେ ଥରେ ହନୁମାନ ଚାଳିଶା ପାଠ କରି ସର୍ଵମଙ୍ଗଳ କାମନା କରିଥିଲେ।

ପରେ ସମୂହ ପ୍ରସାଦ ସେବନ କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ଶ୍ରଦ୍ଧାଳୁ ଏବଂ ଭକ୍ତମାନେ ପ୍ରସାଦ ସେବନ କରିଥିଲେ । ଅନୁଷ୍ଠାନର ସଂଯୋଜିକା ଶ୍ରାବଣୀ ମିଶ୍ରଙ୍କ ସମେତ ସଦସ୍ୟ ସତ୍ୟ ନାରାୟଣ ସାହୁ, ଅରୁଣ କୁମାର ମହାନ୍ତି, ହରିହର ମିଶ୍ର, ରବୀନ କୁମାର ମହାପାତ୍ର, କୃଷ୍ଣପ୍ରିୟା ଦାଶ, ପ୍ରସନ୍ନ କୁମାର ବସନ୍ତିଆଙ୍କ ସମେତ ଅନେକ ଭକ୍ତ ଏବଂ ଶ୍ରଦ୍ଧାଳୁମାନେ ଏହି ପ୍ରସାଦ ସେବନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।

Exit mobile version