ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଓଡ଼ିଶା ସୂଚନା ସେବା ସଂଘ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ସଭା ଆଜି ଭୁବନେଶ୍ୱରସ୍ଥିତ ଗୀତ ଗୋବିନ୍ଦ ସଦନ ଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଲୋକ ସଂପର୍କ ଅଧିକାରୀମାନଙ୍କୁ ବୃତ୍ତିଗତ ଦକ୍ଷତା ଓ ଅଭିଜ୍ଞତା ବୃଦ୍ଧି କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ଏବଂ ଓଡ଼ିଶା ସୂଚନା ସେବା କ୍ୟାଡରର ଉନ୍ନତି ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା । ସୂଚନା ଯୋଗ୍ୟ ଯେ ୨୦୨୪ ଡିସେମ୍ବର ମାସରେ ଓଡ଼ିଶା ସୂଚନା ସେବା ସଂଘର ନିର୍ବାଚନ ପରେ ଏହା ସଂଘର ପ୍ରଥମ ବନ୍ଧୁମିଳନ ଓ ସମ୍ବର୍ଦ୍ଧନା ସଭା ଥିଲା । ଏଥିରେ ରାଜ୍ୟ, ଜିଲ୍ଲା ତଥା ଉପଖଣ୍ଡରେ କାର୍ଯ୍ୟରତ ସୂଚନା ସେବା ଅଧିକାରୀ , ଜିଲ୍ଲା ଓ ଉପଖଣ୍ଡ ସୂଚନା ଓ ଲୋକ ସଂପର୍କ ଅଧିକାରୀ ତଥା ସୂଚନା ସେବା ସଂଘର ସଦସ୍ୟ ସଦସ୍ୟାମାନେ ଯୋଗଦେଇଥିଲେ ।
