ଓଡ଼ିଶା ତାଜା ନ୍ୟୁଜ (୯ ସେପ୍ଟେମ୍ବର ବୁଧବାର) ଭୁବନେଶ୍ୱର :- ରାଜ୍ୟ ସୂଚନା କମିଶନର ଭାବେ ଶ୍ରୀ ବିକ୍ରମ ସେନା ପତି ଓ ଶ୍ରୀ ଦିଲ୍ଲୀପ କୁମାର ବିଶୋଇ ଆଜି ଶପଥ ଗ୍ରହଣ କରିଛନ୍ତି । ରାଜ୍ୟ ପାଳ ପ୍ରଫେସର ଗଣେଶୀ ଲାଲ ସୂଚନା କମିଶନର ଦ୍ୱୟଙ୍କୁ ଶ ପଥ ପାଠ କରାଇଛନ୍ତି । ଆଜି ଅ ପରାହ@ରେ ରାଜଭବନର ଅଭିଷେକ ହଲ୍ରେ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମ ଆରମ୍ଭରେ ରାଜସ୍ୱ ଓ ବି ପର୍ଯ୍ୟୟ ପରିଚାଳନା ବିଭାଗ ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁ ପଦ ସେଠୀ ସୂଚନା କମିଶନରଙ୍କ ନିଯୁକ୍ତି ସଂପର୍କିତ ରାଜ୍ୟ ପାଳଙ୍କ ନିର୍ଦ୍ଦେଶନାମା ପାଠ କରିବା ପରେ ମାନ୍ୟବର ରାଜ୍ୟ ପାଳ ନୂତନ କମିଶନର ଦ୍ୱୟଙ୍କୁ ଶପଥ ପାଠ କରାଇଥିଲେ ।
ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଶ୍ରୀ ସୁନୀଲ କୁମାର ମିଶ୍ର, ରାଜ୍ୟ ସୂଚନା କମିଶନର ଶ୍ରୀ ବାଳକୃଷ୍ଣ ମହା ପାତ୍ର, ରାଜ୍ୟ ପାଳଙ୍କ ସଚିବ ଡ. ପ୍ରମୋଦ କୁମାର ମେହେର୍ଦ୍ଦା, ରାଜ୍ୟ ପାଳଙ୍କ ଅତିରିକ୍ତ ଶାସନ ସଚିବ ଶ୍ରୀ ଚିତ୍ତରଞ୍ଜନ ମହାନ୍ତି ଏବଂ ବ୍ୟକ୍ତିଗତ ସଚିବ ଶ୍ରୀ ହିମାଂଶୁ ନାରାୟଣ ପଟ୍ଟନାୟକ, ସୂଚନା ଓ ଲୋକସଂ ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର, ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ନିରଞ୍ଜନ ସେଠୀ, ଅନ୍ୟାନ୍ୟ ବିଶିଷ୍ଟ ଅତିଥିବୃନ୍ଦ, ରାଜ୍ୟ ପାଳଙ୍କ ସଚିବାଳୟ ତଥା ସୂଚନା ଓ ଲୋକସଂ ପର୍କ ବିଭାଗର ବରିଷ୍ଠ ପଦାଧୀକାରୀ ମାନେ ଏହି କାର୍ଯ୍ୟକ୍ରମରେ ଉ ପସ୍ଥିତ ଥିଲେ ।
