Home ଓଡ଼ିଶା ବାଲିଗୁଡା ର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୋକ ପ୍ରକାଶ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ (୫୩)ଙ୍କର ରବିବାର ରାତିରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି । କିଡ୍ନିଜନିତ ରୋଗରେ ପୀଡ଼ିତ ହୋଇ ସେ ଗତକିଛି ଦିନ ହେଲା ଚିକିତ୍ସାଧୀନ ଥିଲେ। କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ୍ ବେଲଘର ଥାନା ଗୁମା ଗ୍ରାମରେ ଜନ୍ମିତ କରେନ୍ଦ୍ର ବାଲିଗୁଡ଼ାରୁ ବିଜେପିରୁ ୨୦୦୪ ଓ ୨୦୦୯ ରେ ଦୁଇ ଥର ବିଧାୟକ ଭାବେ ଭାବେ ନିର୍ବାଚିତ ହୋଇଥିଲେ । ଆଦିମ ଜନଜାତି କୁଟିଆ କନ୍ଧ ସମ୍ପ୍ରଦାୟର ସେ ଥିଲେ ପ୍ରଥମ ଗ୍ରାଜୁଏଟ୍। ଏହାଛଡ଼ା ୭ଟି ଆଦିମ ଜନଜାତି ଭାଷାରେ ଗବେଷଣା କରି ସେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ | ଓଡ଼ିଆ ଲିପିରେ କୁଇଭାଷାରେ ‘ପିଲାଙ୍କ ରାମାୟଣ’, ‘ଡ. ଆମ୍ବେଦକରଙ୍କ ଜୀବନୀ ଓ ଇତିହାସ’ ଓ ‘କୁଇ ଭାଷା ଅଭିଧାନ’ ଭଳି ୩ଟି ପୁସ୍ତକ ସେ ରଚନା କରିଛନ୍ତି। ଜଣେ ଦକ୍ଷ ସଂଗଠକ ଭାବେ ତାଙ୍କର ପରିଚୟ ରହିଥିଲା । କରେନ୍ଦ୍ରଙ୍କ ଏହି ଅକାଳ ବିୟୋଗ ଖବର ଶୁଣିବା କ୍ଷଣି ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାତିରେ ହିଁ ପହଞ୍ଚି ପରିବାରକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଥଲେ। ମୁଖ୍ୟମନ୍ତ୍ରୀ ଙ୍କ ସହ ରାଜ୍ୟ ସଭାପତି ମନମୋହନ ସାମଲ, ସଙ୍ଗଠନ ସମ୍ପାଦକ ମାନସ ମହାନ୍ତି, ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଜଗତସିଂପୁର ସାଂସଦ ବିଭୂ ତରାଇ, ବରିଷ୍ଠ ବିଜେପି ନେତା ସୁଦୀପ୍ତ ରାୟ, ଜୟନ୍ତୀ ପଢ଼ିଆରୀ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପହଞ୍ଚି ପରିବାର ବର୍ଗ କୁ ସମବେଦନା ଜଣାଇଛନ୍ତି। କରେନ୍ଦ୍ରଙ୍କ ବିୟୋଗ ଉଭୟ ରାଜନୀତି ଓ ବିଜେପି ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମତପ୍ରକାଶ କରି ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି l Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content Nandan Dwibedi receives Yuva Bharati Samman by Proprietor Abhimanyu Maharana September 22, 2026 ତୃତୀୟ ଥର ନିମନ୍ତେ ଖଣ୍ଡପଡ଼ା ବ୍ଲକ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ by Proprietor Abhimanyu Maharana September 22, 2026 ବାଲିଗୁଡ଼ାରେ ବିଜେଡି ସଙ୍ଗଠନ ସଜାଡ଼ିବାକୁ ପ୍ରୟାସ ସମନ୍ୱୟ କମିଟି ଗଠିତ, ୧୦ ଜଣିଆ ସଦସ୍ୟ ମନୋନୀତ by Proprietor Abhimanyu Maharana September 22, 2026 ଆନନ୍ଦ ଉଲ୍ଲାସର ସହ ଖୁଦୁରୁକୁଣୀ ଓଷା ଉଦ୍ଯାପିତ by Proprietor Abhimanyu Maharana September 22, 2026 ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା by Proprietor Abhimanyu Maharana September 22, 2026 ମାର୍ଗଦର୍ଶିକା ଉଲଂଘନ - ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା by Proprietor Abhimanyu Maharana September 22, 2026