ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ଶାସନ ବ୍ୟବସ୍ଥାରେ ସ୍ୱଚ୍ଛତା ଆଣିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ନାଗରିକମାନଙ୍କଠାରୁ ସିଧାସଳଖ ମତାମତ ସଂଗ୍ରହ ବ୍ୟବସ୍ଥା ମାଧ୍ୟମରେ ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ବୃତ୍ତିଗତତା ଏବଂ ଆଚରଣଗତ ପରିବର୍ତ୍ତନ ଆଣିବା ପାଇଁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ କରିଛନ୍ତି । ଆଜି ଲୋକସେବା ଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଆମ ଶାସନ’ ପୋର୍ଟାଲ ର ଶୁଭାରମ୍ଭ କରିଛନ୍ତି । ରାଜ୍ୟର ସମସ୍ତ ଜିଲ୍ଲା ଆଭାସି ମାଧ୍ୟମରେ ଏହି କାର୍ଯ୍ୟକ୍ରମ ରେ ସାମିଲ ହୋଇଥିଲେ ।
ଆଜି ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ଓସ୍ୱାନ ହଲ ଠାରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ,ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗୌରୀ ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନିର୍ମଳ ଧରୁଆ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ,ଜିଲ୍ଲା ପରିଷଦ ଅର୍ଥ ପରିଚାଳକ ମାନସ ମିଶ୍ର, ଡିଇଜିଏମ ଶୁଭାଶିଷ ପଟ୍ଟନାୟକଙ୍କ ସମେତ ବିଭିନ୍ନ ଯୋଜନାର ହିତାଧିକାରୀ ଯୋଗ ଦେଇଥିଲେ ।
