Home ଓଡ଼ିଶା ଓଡିଆ ଭାଷା ସାହିତ୍ୟ ତଥା ସଂସ୍କୃତିର ଗବେଷଣା ପାଇଁ ସମର୍ପିତ ଥିଲା ପଣ୍ଡିତ ବିନାୟକ ମିଶ୍ରଙ୍କ ଜୀବନ by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ସାରା ଜୀବନ ଅଧ୍ୟୟନ ଓ ଗବେଷଣାରେ ନିମଗ୍ନ ଥିବା ମହାନ୍ ସାହିତ୍ୟିକ ପଣ୍ଡିତ ବିନାୟକ ମିଶ୍ର ସାମାଜିକ, ଆର୍ଥିକ, ପାରିବାରିକ ଦୁଃଖକଷ୍ଟକୁ ଭୃକ୍ଷେପ ନକରି ସାହିତ୍ୟ ଗବେଷଣାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିଲେ । ମାତ୍ର ସପ୍ତମ ଶ୍ରେଣୀ ପାଠ ପଢି ମଧ୍ୟ ନିଜର ଅସାଧାରଣ ଜ୍ଞାନ ପାଇଁ କଲିକତା ବିଶ୍ଵବିଦ୍ୟାଳୟର ଅଧ୍ୟାପକ ହୋଇପାରିଥିଲେ । କିନ୍ତୁ ସେଠାରେ ମିଳୁଥିବା ଦରମାକୁ ସେ ଖର୍ଚ୍ଚ କରିଦେଉଥିଲେ ପୁସ୍ତକ କିଣା ଓ ଗବେଷଣା କାର୍ଯ୍ୟରେ ଫଳରେ ଜୀବନର ଅନ୍ତିମ ସମୟରେ ରହିବା,ଖାଇବା ସହ ଅସୁସ୍ଥତା ଯୋଗୁଁ ଔଷଧ ପାଇଁ ମଧ୍ୟ କଷ୍ଟ ସହିବାକୁ ପଡିଥିଲା । ସେ ଥିଲେ ସ୍ୱାଭିମାନୀ,କାହାପାଖରେ ହାତପାତିବାକୁ ପସନ୍ଦ କରୁନଥିଲେ। ତାଙ୍କ ରଚିତ ଓଡ଼ିଆ ଭାଷାର ଇତିହାସ, ଓଡ଼ିଆ ସାହିତ୍ୟ ଇତିହାସ (୧୯୨୯), ଓଡ଼ିଆ ସାହିତ୍ୟ ପ୍ରକାଶ, ଭାରତୀୟ ଦର୍ଶନ ପ୍ରବେଶିକା, ଆଧୁନିକ ଓଡ଼ିଆ ସାହିତ୍ୟର ଇତିହାସ (୧୯୬୮), Dynasties of Medieval Orissa, Orissa under Bhauma king, Indian culture and cult of Jagannath ସାହିତ୍ୟର ଅମୂଲ୍ୟ ସଂପଦ ବୋଲି ପଣ୍ଡିତ ବିନାୟକ ମିଶ୍ରଙ୍କ ଜୟନ୍ତୀ ପାଳନ ଅବସରରେ ବକ୍ତାମାନେ ମତବ୍ୟକ୍ତ କରିଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀ ଓ ତଥାସ୍ତୁ ଆନୁକୂଲ୍ୟରେ ଆୟୋଜିତ ପଣ୍ଡିତ ବିନାୟକ ମିଶ୍ରଙ୍କ ୧୩୨ ତମ ଜୟନ୍ତୀ ନୟାଗଡ଼ ପଞ୍ଚାୟତ ସମିତି ନୂତନ ସଭାକକ୍ଷରେ ସୁସାହିତ୍ୟିକା ବସିରନ୍ ବିବି ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଜୟନ୍ତୀ ସମାରୋହରେ ନୟାଗଡ଼ର ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ପ୍ରଫେସର ମହମ୍ମଦ ଓମାର ମଲ୍ଲିକ ; ଶିକ୍ଷାବିତ୍, ସୁବକ୍ତା ଅଶୋକ କୁମାର ନାୟକ ; ସାହିତ୍ୟିକ ହାଡିବନ୍ଧୁ ମହାକୁଡ଼ ଯୋଗଦେଇ ପଣ୍ଡିତ ବିନାୟକ ମିଶ୍ରଙ୍କ ଜୀବନୀ,ସାଧନା ଉପରେ ଆଲୋକପାତ କରିଥିଲେ। ଏହି ସାରସ୍ବତ ସମାବେଶରେ ବସିରନ୍ ବିବିଙ୍କ ପୁସ୍ତକ ‘ସୂର୍ଯ୍ୟୋଦୟର ପଥେ ‘ ଏବଂ ଗୋଦାବରୀଶ ମିଶ୍ର ଙ୍କ ପୁସ୍ତକ ‘ କବିତା ର ପରିଭାଷା” ଲୋକାର୍ପିତ ହୋଇଥିଲା। ଚଳିତ ବର୍ଷ କବି, ପ୍ରାବନ୍ଧିକ, ସ୍ତମ୍ଭକାର ଓ ସଂପାଦକ ଶତ୍ରୁଜିତ ଙ୍କୁ ପଣ୍ଡିତ ବିନାୟକ ମିଶ୍ର ସାହିତ୍ୟ ସମ୍ମାନ ପ୍ରଦାନ କରାଯାଇଥିଲା। ଜୟନ୍ତୀ ଉପଲକ୍ଷେ ବିଦ୍ୟାଳୟ ତଥା ମହାବିଦ୍ୟାଳୟର ଶତାଧିକ +୨,+୩ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା,ସାଧାରଣ ଜ୍ଞାନ, କବିତା ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମ ପ୍ରାରମ୍ଭରୁ ତଥାସ୍ତୁର ସଂପାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପଣ୍ଡିତ ବିନାୟକ ମିଶ୍ର ଙ୍କ ବଂଶଧର ଡାକ୍ତର ଦେବୀଦତ୍ତ ଦିବ୍ୟରଂଜନ ମିଶ୍ର ବିନାୟକ ମିଶ୍ର ଙ୍କ ଜୀବନର ଅନାଲୋଚିତ ଦିଗ ଉପରେ ଆଲୋକପାତ କରିଥିଲେ। ଏହି ସାରସ୍ବତ କାର୍ଯ୍ୟକ୍ରମରେ ନୀଳିମା ନନ୍ଦ, ହରପ୍ରିୟା ଦ୍ୱିବେଦୀ ଓ ଦିଲ୍ଲୀପ କୁମାର ସାହୁଙ୍କ ସଂଯୋଜନା ରେ କୋଡିଏ ଜଣ ନିମନ୍ତ୍ରିତ କବି କବିତା ପାଠ କରିଥିବା ବେଳେ ଅତିଥି ସମୀକ୍ଷକ ଭାବେ ଯୋଗଦେଇ ଥିଲେ ଗୀତାଞ୍ଜଳି ମହାପାତ୍ର ଓ ଶେଖ୍ ଅବଦୁଲ୍ ଖାଲିକ। ଚଳିତ ବର୍ଷ ଓଡ଼ିଶା ସାହିତ୍ୟ ଏକାଡେମୀ ର ପ୍ରତିଷ୍ଠା ଦିବସ ଅବସରରେ କନିଷ୍ଠ ବର୍ଗ ବକ୍ତୃତା ପ୍ରତିଯୋଗିତା ରେ ରାଜ୍ୟ ରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବିଶ୍ୱ ବିଜିତା ମହାନ୍ତି ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ଧନ୍ୟବାଦ ପ୍ରଦାନ କରିଥିଲେ ଗୋକୁଳ କୁମାର ଷଡଙ୍ଗୀ । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ by Proprietor Abhimanyu Maharana September 28, 2026 New Delhi hosts 3rd World Peace Conclave by Proprietor Abhimanyu Maharana September 28, 2026 କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା by Proprietor Abhimanyu Maharana September 28, 2026 ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍ ଓ ପିକ୍ଅପ୍ ଭ୍ୟାନ୍ ଜବତ, ୬ ଗିରଫ by Proprietor Abhimanyu Maharana September 28, 2026 ଲକ୍ଷାଧିକ ଟଙ୍କା ରେ ନିର୍ମିତ ଶୀତଳଭଣ୍ଡାର ଏବେ ନିଜେ ଶୀତଳ : ବର୍ଷବର୍ଷ ଧରି ଅଚଳ ଯନ୍ତ୍ରାଂଶ by Proprietor Abhimanyu Maharana September 28, 2026 ଖୋର୍ଦ୍ଧା ରୋଡ଼ ମଣ୍ଡଳରେ ୧୭ ଜଣ ଅବସରପ୍ରାପ୍ତ ଟିକେଟ୍ ଯାଞ୍ଚ କର୍ମଚାରୀଙ୍କୁ ଭାବବିହ୍ୱଳ ବିଦାୟ ସମ୍ବର୍ଦ୍ଧନା by Proprietor Abhimanyu Maharana September 28, 2026