ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦ୍ଘାଟନ କରିବେ ଲୋକସଭା ବାଚସ୍ପତି ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦ୍ଘାଟନ କରିବେ ଲୋକସଭା ବାଚସ୍ପତି
ସମ୍ମିଳନୀରେ ଭିନ୍ନ ଭିନ୍ନ ରାଜ୍ୟରେ ରହିଥିବା ସଂସଦୀୟ ପରମ୍ପରା, କଲ୍ୟାଣମୂଳକ କାର୍ଯ୍ୟ ସଂପର୍କିତ ଭାବର ଆଦାନପ୍ରଦାନ ହେବ – ବାଚସ୍ପତି
ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଭୁବନେଶ୍ୱରଠାରେ ୨୦୨୫ ଅଗଷ୍ଟ ୨୯ ଓ ୩୦ ତାରିଖରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷ ଏବଂ ସଦସ୍ୟମାନଙ୍କର ଦୁଇଦିନିଆ ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ । ଓଡ଼ିଶା ଲୋକସେବା ଭବନର କନ୍ଭେନ୍ସନ୍ ସେଣ୍ଟରଠାରେ ଅଗଷ୍ଟ ୨୯ ତାରିଖ ଦିନ ଆନୁଷ୍ଠାନିକ ଭାବେ ଏହି ସମ୍ମିଳନୀକୁ ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା ଉଦଘାଟନ କରିବେ ବୋଲି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଆଜି ବିଧାନସଭାଠାରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
