ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ପଡିଆ ବ୍ଲକ ଗସ୍ତ କରି ବିଭିନ୍ନ ଉନ୍ନୟମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି । ଜିଲ୍ଲାପାଳ ପଡ଼ିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ସେଠାକାର ସ୍ଵାସ୍ଥ୍ୟ ଭିତ୍ତିଭୂମି ତଦାରଖ କରିବା ସହ ପରିମଳ ବ୍ୟବସ୍ଥାକୁ ଗୁରୁତ୍ବ ପ୍ରଦାନ କରିବାକୁ କହିଥିଲେ । ସେହିପରି ରୋଗୀ ମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ସେଠାରେ ଥିବା ବିଭିନ୍ନ ସମସ୍ୟା ବିଷୟରେ ଅବଗତ ହୋଇଥିଲେ ।
