ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :- ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ପୁରୀଙ୍କ ଜିଲ୍ଲା ସମ୍ମିଳନୀ କକ୍ଷଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଜିଲ୍ଲା ପ୍ରଶାସନ ତରଫରୁ ଶିଶୁ ଯତ୍ନ ଅନୁଷ୍ଠାନର କର୍ମଚାରୀଙ୍କୁ ଶିଶୁ ମାନସିକ ଓ ଶାରୀରିକ ସ୍ୱାସ୍ଥ୍ୟ ସେବା ଓ ଯୋଜନା ସମ୍ବନ୍ଧରେ ତାଲିମ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ସ୍ୱାସ୍ଥ୍ୟ ବିଭାଗ ଓ ଶିଶୁ ସୁରକ୍ଷା ବିଭାଗର ସମନ୍ୱୟରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡଃ ଅକ୍ଷୟ କୁମାର ଶତପଥୀ ଯୋଗ ଦେଇ କହିଥିଲେ ଶିଶୁମାନେ ହେଉଛନ୍ତି ଦେଶର ଭବିଷ୍ୟତ ।
