ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :- ଲୋକସଭା ସାଂସଦ ଇଂ ବଳଭଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ସମସ୍ତଙ୍କୁ ସ୍ବାଗତ କରି ବିଭିନ୍ନ ବିଭାଗର ଉନ୍ନୟନ କାର୍ଯ୍ୟ ବିଷୟରେ ଉପସ୍ଥାପନ କରିବା ପାଇଁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଅବସରରେ ସାଂସଦ ଇଂ ମାଝୀ ଆଗାମୀ ୨୦୨୯ ଆର୍ଥିକ ବର୍ଷ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରି କାର୍ଯ୍ୟପନ୍ଥା ପ୍ରସ୍ତୁତ କରିବାକୁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

