ବୋଲଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :- ରାଜ୍ୟ ସରକାରଙ୍କ ଦ୍ବାରା ପ୍ରାୟୋଜିତ ତଥା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ, ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତଥା ଖୋର୍ଦ୍ଧା ଜିଲ୍ଲା ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନ ଦ୍ୱାରା ଆୟୋଜିତ ଜିଲ୍ଲା ସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ବାଙ୍କୋଇ ସରକାରୀ ଉଚ୍ଚ ବିଦ୍ୟାଳୟର ଗଣିତ ଶିକ୍ଷୟିତ୍ରୀ ସ୍ୱର୍ଣ୍ଣ ପ୍ରଭା ସେଠୀ,ପିଚୁକୁଳି ସ୍ଥିତ ଶ୍ରୀ ରଘୁନାଥ ଦେବ ଉଚ୍ଚ ବିଦ୍ୟାଳୟ ର କ୍ରୀଡା ଶିକ୍ଷକ ମାନସ କୁମାର ବେହେରା ଏବଂ ଖଲିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସହକାରୀ ଶିକ୍ଷକ ସୁକାନ୍ତ କୁମାର ଜେନାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।

