ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ଶିକ୍ଷକ ଶିକ୍ଷୟିତ୍ରୀ ସମ୍ମାନିତ

ବୋଲଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :- ରାଜ୍ୟ ସରକାରଙ୍କ ଦ୍ବାରା ପ୍ରାୟୋଜିତ ତଥା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ, ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତଥା ଖୋର୍ଦ୍ଧା ଜିଲ୍ଲା ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନ ଦ୍ୱାରା ଆୟୋଜିତ ଜିଲ୍ଲା ସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ବାଙ୍କୋଇ ସରକାରୀ ଉଚ୍ଚ ବିଦ୍ୟାଳୟର ଗଣିତ ଶିକ୍ଷୟିତ୍ରୀ ସ୍ୱର୍ଣ୍ଣ ପ୍ରଭା ସେଠୀ, ପିଚୁକୁଳି ସ୍ଥିତ ଶ୍ରୀ ରଘୁନାଥ ଦେବ ଉଚ୍ଚ ବିଦ୍ୟାଳୟ ର କ୍ରୀଡା ଶିକ୍ଷକ ମାନସ କୁମାର ବେହେରା ଏବଂ ଖଲିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସହକାରୀ ଶିକ୍ଷକ ସୁକାନ୍ତ କୁମାର ଜେନାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।

ଖୋର୍ଦ୍ଧା ଜିଲ୍ଲା ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନ ର ସମ୍ମିଳନୀ କକ୍ଷରେ ଆୟୋଜିତ ଉତ୍ସବରେମୁଖ୍ୟ ଅତିଥି ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ ଅନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କ ଉପସ୍ଥିତିରେ ମାନପତ୍ର, ପୁଷ୍ପ ଗୁଚ୍ଛ ଓ ଟ୍ରଫି ପ୍ରଦାନ କରି ସମ୍ବର୍ଦ୍ଧିତ କରିଛନ୍ତି। ପୁରସ୍କାର ବାବଦ ଅର୍ଥ ରାଶି ସମ୍ପୃକ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ ବୋଲିି ଘୋଷଣା କରାଯାଇଥିଲା।ଏହି ଉତ୍ସବରେ ବୋଲଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ବାଇଁ ଯୋଗଦେଇ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ଏହି ସଫଳତା ପାଇଁ ଶୁଭେଚ୍ଛା ଓ ଶୁଭ କାମନା ଜଣାଇଛନ୍ତି ।

ବୋଲଗଡ଼ ସହଗୋଷ୍ଠୀ ଶିକ୍ଷା ଅଧିକାରୀ କୈଳାସ ନାଥ ସ୍ୱାଇଁ, ଅମିତା ମିଶ୍ର, ପ୍ରଧାନଶିକ୍ଷୟିତ୍ରୀ ଯାଜ୍ଞସେନୀ ସାହୁ, ଶୈବାଳିକାମଲ୍ଲିକ, ଜ୍ୟୋତିର୍ମୟୀ ସାହୁ, ପ୍ରଧାନଶିକ୍ଷକ ଯୋଗେଶ ଚନ୍ଦ୍ର ସାମନ୍ତ ସିଂହାର, ଅମର ସାହୁ, ଭିକାରୀ ପୁଷ୍ଟି, ଚିତ୍ତରଞ୍ଜନ ସ୍ୱାଇଁ, ରବିନ୍ଦ୍ର ବେହେରା, ଶିକ୍ଷକ ତଥା ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ଅପର୍ତି ଅଟ୍ଟ, ସଭାପତି ମଳୟ ପଣ୍ଡା, ଶିକ୍ଷକ ଶୈଲେନ ପଟ୍ଟନାୟକ, ଜନ୍ମେଜୟ ମାଝୀ, ଶିକ୍ଷୟିତ୍ରୀ ରୀନାରାଣୀ ସାମନ୍ତରାୟଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସରକାର ଙ୍କ ଉକ୍ତ କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିଛନ୍ତି ।

Exit mobile version