ପିତାଙ୍କ ଅଧୁରା ସ୍ବପ୍ନକୁ ପୂରଣ କରି ପ୍ରଂଶସା ସାଉଁଟିଲେ ଝିଅ

ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :- ଦୀର୍ଘ 5 ବର୍ଷ ପରେ ନନ୍ଦିଘୋରରେ ଜୟ ଜଗନ୍ନାଥ ଚୁଡା ମିଲ ର ନବୀକରଣ ସହିତ ଆଜି ଶୁଭ ଉଦଘାଟନ ହେଲା l ୩ ଏକର ପରିମିତ ଜାଗାରେ ନିର୍ମିତ ଏହି ମିଲରେ ଦିନକୁ ୨00 ବସ୍ତା ଧାନ ପେଡା ଯାଇ ଚୁଡା ଉତ୍ପାଦନ ହେବ ବୋଲି ଜଣାପଡିଛି l

ପ୍ରୋପାଇଟର ଆଦ୍ୟାଶା ପ୍ରିୟଦର୍ଶିନୀ ଙ୍କ କରକମଳ ରେ ଏହା ଉଦଘାଟିତ ହୋଇଛି l ମୁଖ୍ୟ ଭାବେ ଜଗନ୍ନାଥ ସାହୁ ସମସ୍ତ୍ କାର୍ଯ୍ୟ ପରି ଚାଳନା କରି ଥିଲେ l ସୂଚନାଯୋଗ୍ୟ, ଏହି ମିଲର ମାଲିକ ୨୦୨୦ ମସିହା ଜାନୁଆରୀ ମାସରେ କାର୍ ଦୁର୍ଘଟଣା ରେ ସ୍ତ୍ରୀ ଓ ପୁଅ ସହିତ ପ୍ରାଣ ହରାଇ ଥିଲେ l

ତାଙ୍କର ଯିବିତ ଏକମାତ୍ର କନ୍ୟା ଆଦ୍ୟାଶା ଆଜି ନିଜ ମିଲ ଚଳାଇବାକୁ ସାହସ କରିଛନ୍ତି l ବାପାଙ୍କ ଅଧୁରା ସ୍ୱପ୍ନକୁ ପୂରଣ କରିଥିବାରୁ ଏଥିପାଇଁ ଝିଅ ଅଦ୍ୟାଶାଙ୍କୁ ତାଙ୍କୁ ସବୁମହଲରୁ ପ୍ରସଂଶା କରାଯାଇଛି l ନୂତନ ବ୍ୟବସାୟକୁ ମହାପ୍ରଭୁ ଶ୍ରୀ ଶ୍ରୀ ଜଗନ୍ନାଥ ଠାକୁର ସାହା ହୁଅନ୍ତୁ ବୋଲି ଅନେକ୍ ପ୍ରାର୍ଥନା କରିଛନ୍ତି l

Exit mobile version