ଦୁଇ ବାଇକ ମୁହାଁମୁହିଁ ଧକ୍କା : ୨ମୃତ – ୨ଗୁରୁତର

କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର  :- କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଖାଡିଙ୍ଗିଆ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଅଛନ୍ତି ।

ମୃତକ ହେଲେ ଖାଡିଙ୍ଗିଆ ଗାଁର ବେଶବେନ କହଁର , କୁକାଙ୍ଗିଆ ଗାଁର ଶଶିକାନ୍ତ ପ୍ରଧାନ । ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ଲୋକଙ୍କ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Exit mobile version