ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଅବସରପ୍ରାପ୍ତ ପୁଲିସ ଅଧିକାରୀ ତଥା ନଗର ବିଜେଡି ସଭାପତି ଅମୁଲ୍ୟ ମହାନ୍ତିଙ୍କ ପରଲୋକରେ ଆଜି ବ୍ଲକ ସଭାଗୃହଠାରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଆଇନଜୀବୀ ପ୍ରତାପ ନନ୍ଦଙ୍କ ସଂଯୋଜନାରେ ଅନୁଷ୍ଠିତ ସ୍ମୃତି ସଭାରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ ପ୍ରମୂଖ ଯୋଗ ଦେଇଥିଲେ ।
ଏହି ସଭାରେ ବହୁ ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ଓ ସାମ୍ବାଦିକ ଯୋଗ ଦେଇ ଅମୁଲ୍ୟ ମହାନ୍ତି ନୟାଗଡ଼ ପାଇଁ ଅମୁଲ୍ୟ ଥିଲେ ମତବ୍ୟକ୍ତ କରିଥିଲେ । ଶ୍ରୀଯୁକ୍ତ ମହାନ୍ତିଙ୍କ ଜନ୍ମ ଜଗତସିଂହପୁର ଜିଲ୍ଲାରେ ହୋଇଥିଲେ ବି ସେ ନିଜକୁ ସର୍ବଦା ନୟାଗଡ଼ିଆ ବୋଲି କହି ଆସୁଥିଲେ । ନୟାଗଡ଼ ପ୍ରତି ତାଙ୍କର ଅହେତୁକ ଭଲପାଇବା, ନୟାଗଡ଼ ବାସୀଙ୍କ ପ୍ରତି ଆବେଗ ସର୍ବଦା ପ୍ରତିପାଦିତ ହୋଇ ଆସିଛି । ସେ ଜଣେ ସମାୟାନୁବର୍ତ୍ତୀ, ସୁନାମଧନ୍ୟ ଓ ନିଷ୍ଠାପର ବ୍ୟକ୍ତିତ୍ୱ ଥିଲେ ବୋଲି ଅନେକ ମତ ରଖିଛନ୍ତି ।
