ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ନୟାଗଡ଼ ରୋଟାରୀ ଭବନ ପରିସରରେ ରୋଟାରୀ କ୍ଳବ୍ ନୟାଗଡ଼ ତରଫରୁ ବିଶ୍ବ ସାକ୍ଷରତା ଦିବସ ତଥା ରାଷ୍ଟ୍ର ନିର୍ମାତା ସମ୍ମାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । କ୍ଳବ୍ ର ସଭାପତି ରୋଟାରିଆନ୍ ବସିରନ ବିବିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ ପୌର ପରିଷଦ ଅଧ୍ଯକ୍ଷା ନିରୁପମା ଖଟେଇ ଯୋଗ ଦେଇ ଶିକ୍ଷକ ମାନେ ଆଗାମୀ ଭବିଷ୍ଯତ ଶିଶୁ ମାନଙ୍କୁ ଉତ୍ତମ ମଣିଷ ଭାବେ ଗଢୁଥିବାରୁ ଶିକ୍ଷକ ମାନେ ହେଉଛନ୍ତି ସମାଜର ପଥ ପ୍ରଦର୍ଶକ ବୋଲି କହିଥିଲେ ।

