କଟକ (ଓଡ଼ିଶା ତାଜା ନ୍ୟୁଜ୍) ନି:ପ୍ର :- ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ହୋଇଥିବା 14 ତମ ଜାତୀୟ ଭୋଭିନାମ ମାର୍ସଲ ଆର୍ଟ ଚମ୍ପିୟାନସିପ ୨୦୨୫ରେ ଓଡ଼ିଶା ପୋଲିସର 3 ଜଣ ଯୁବ କ୍ରୀଡ଼ାବିତ (2ଟି ସ୍ଵର୍ଣ୍ଣ ଓ 3ଟି ରୌପ୍ୟ ପଦକ) ବିଜୟୀ ହୋଇ ରାଜ୍ୟ ପୋଲିସକୁ ଗୌରବାନ୍ୱିତ କରିଛନ୍ତି ।
OISF, ଭୁବନେଶ୍ୱରରେ କାର୍ଯ୍ୟରତ କନଷ୍ଟେବଳ ବର୍ଷା ନାଥ ଭୋଭିନାମ ମାର୍ସଲ ଆର୍ଟ ବିଭାଗରେ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି । ସେହିପରି କନଷ୍ଟେବଳ ବିଶ୍ୱଜିତ ରାଉତ 81 କେଜି ବର୍ଗରୁ ଅଧିକ ଜାତୀୟ ଭୋଭିନାମ ମାର୍ସଲ ଆର୍ଟ ବରିଷ୍ଠ ବିଭାଗରେ 1ଟି ସ୍ବର୍ଣ୍ଣ ଏବଂ ଅସି ଚାଳନା ବିଭାଗରେ ରୌପ୍ୟ ପଦକ ବିଜୟୀ ହୋଇଛନ୍ତି।
