ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି :ପ୍ର :- ନୟାଗଡ଼ସ୍ଥ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଓଡିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ ଦାସିଆ ଅଜାଙ୍କ ୨୮ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇ ଯାଇଛି । ବିଦ୍ଯାଳୟର ବରିଷ୍ଠ ସେବାବ୍ରତୀ ଆଚାର୍ଯ୍ୟା ଅର୍ଚ୍ଚନା ରଥଙ୍କ ଅଧ୍ଯକ୍ଷତାରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ବିଦ୍ଯାଳୟର ବରିଷ୍ଠ ସେବାବ୍ରତୀ ଆଚାର୍ଯ୍ୟ ପବିତ୍ର ସାହୁ ପ୍ରଦୀପ ପ୍ରଜ୍ବଳନ କରି ସଭାକାର୍ଯ୍ୟକୁ ଆରମ୍ଭ କରିଥିଲେ । ଧରାପୃଷ୍ଠରେ ଏପରି ଜଣେ ଜଣେ ଯୋଗଜନ୍ମା ଜନ୍ମ ନେଇଥାନ୍ତି, ଯାହାଙ୍କର ଅଲୌକିକ କାର୍ଯ୍ୟ କଳାପକୁ ଗୋଟିଏ ଜାତି ସବୁଦିନ ପାଇଁ ମନେ ରଖିଥାଏ ।
ସେହି ଚର୍ଚ୍ଚିତ ବିସ୍ମୟ ବ୍ଯକ୍ତିତ୍ବ ହେଉଛନ୍ତି ଓଡିଶା ପାଠାଗାର ଆନ୍ଦୋଳନର ପ୍ରବର୍ତ୍ତକ ପ୍ରଖ୍ୟାତ ସଂଗ୍ରହାକ ସାରସ୍ୱତ ସାଧକ ଐତିହାସିକ ଦାଶରଥି ପଟ୍ଟନାୟକ ଦଶ ପଇସାର ରଜା ଖୁଣ୍ଟାତଡା ରଜା ଦାସିଆ ଅଜା । ଦାସିଆ ଅଜା ଅତି ସାଧାରଣ ପରିବାର ରେ ଜନ୍ମ ଗ୍ରହଣ କରିଥିଲେ । ଦୁଇ ଖଣ୍ଡ ଶୁଖିଲା ରୁଟି, ଦୁଇ ମୁଠା ଚୁଡା, ମୁଠାଏ ମୁଢି ଓ କପେ ନାଲି ଚା ଥିଲା ତାଙ୍କ ଜୀବନର ଖାଦ୍ୟ ପ୍ରଣାଳୀ। ଜୀବନ ପ୍ରଣାଳୀ ଥିଲା ଅତି ସରଳ ଓ ସାଧାରଣ ।
