ଯୋଗଦେଲେ ଏକାଦଶ ରାଜ୍ୟ ଗୋଷ୍ଠୀ ସଂସଦୀୟ ସଂଘ ଭାରତୀୟ ଆଞ୍ଚଳିକ ସମ୍ମିଳନୀରେ ବିତର୍କ ଓ ଆଲୋଚନା ହେଉଛି ଆମ ଗଣତାନ୍ତ୍ରିକ ବ୍ୟବସ୍ଥାର ମୂଳମନ୍ତ୍ର : ବାଚସ୍ପତି
ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି :ପ୍ର :- କର୍ଣ୍ଣାଟକର ବେଙ୍ଗାଲୁରୁଠାରେ ଆୟୋଜିତ ଏକାଦଶ ରାଜ୍ୟ ଗୋଷ୍ଠୀ ସଂସଦୀୟ ସଂଘ ଭାରତୀୟ ଆଞ୍ଚଳିକ ସମ୍ମିଳନୀରେ ଯୋଗଦେଇ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ‘ବିଧାନସଭା ଗୃହରେ ବିତର୍କ ଓ ଆଲୋଚନା: ଜନସାଧାରଣଙ୍କ ଆସ୍ଥା ଓ ବିଶ୍ୱାସଭାଜନରେ ସହାୟକ’ ଶୀର୍ଷକ ଆଲୋଚନାରେ ନିଜର ବକ୍ତବ୍ୟ ଉପସ୍ଥାପନ କରିଛନ୍ତି । ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି ଯେ ବିଧାନସଭା ହେଉଛି ଗଣତନ୍ତ୍ରର କେନ୍ଦ୍ର, ପବିତ୍ର ସ୍ଥାନ, ଯେଉଁଠାରେ ଜନସାଧାରଣଙ୍କ ଆଶା, ଆକାଂକ୍ଷା ଓ ସମସ୍ୟାର ସମାଧାନ ଓ ଏହାର ନିରାକରଣ ସମ୍ଭବ ହୋଇଥାଏ ।
