Home ଓଡ଼ିଶା ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ରାଜଭାଷା ସପ୍ତାହ ଆୟୋଜିତ। by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ଖୋର୍ଦ୍ଧା-ଜଟଣୀ (ଓଡ଼ିଶା ତାଜା ନ୍ୟୁଜ୍) ନି :ପ୍ର :- ପୂର୍ବତଟ ରେଳପଥ ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ରାଜଭାଷା ସପ୍ତାହ ଉତ୍ସାହଭରା ପରିବେଶରେ ଆୟୋଜନ କରାଯାଇଅଛି। ଏହି କାର୍ଯ୍ୟକ୍ରମରେ ମଣ୍ଡଳ ରେଳବାଇ ପ୍ରବନ୍ଧକ ଶ୍ରୀ ଆଲୋକ ତ୍ରିପାଠୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ସରଳ ଭାବଗତ ସଂଯୋଗ ସୁନିଶ୍ଚିତ କରିବା ଓ ଭାଷାଗତ ତାର’ତମ୍ୟକୁ ଦୂର କରିବା ପାଇଁ ସରକାରୀ କାର୍ଯ୍ୟରେ ହିନ୍ଦୀର ପ୍ରଚାର-ପ୍ରସାରର ଗୁରୁତ୍ୱକୁ ଉଲ୍ଲେଖ କରିଥିଲେ। ଶ୍ରୀ ତ୍ରିପାଠୀ କହିଛନ୍ତି ଯେ, ସରଳ ସଂଯୋଗ ପ୍ରଣାଳୀ ଓ ଭାରତରେ ଯୋଗାଯୋଗରେ ଥିବା ଭାଷାଗତ ତାର’ତମ୍ୟକୁ ହିନ୍ଦୀର ପ୍ରଚାର-ପ୍ରସାର ମାଧ୍ୟମରେ ସେତୁ ବନାଇପାରିବ। ସେ ଗୋଟିଏ ଭାଷାରେ ଯୋଗାଯୋଗର ଆବଶ୍ୟକତା ବିଷୟରେ ଉଲ୍ଲେଖ କରି ଭାରତୀୟ ସମିଧାନର ପ୍ରତି ଆମର ଦାୟିତ୍ୱ ପୁରଣ କରିବା ପାଇଁ ସମସ୍ତଙ୍କୁ ଆହ୍ୱାନ କରିଥିଲେ। ଏହି ଅବସରରେ ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳର ଅତିରିକ୍ତ ମଣ୍ଡଳ ରେଳବାଇ ପ୍ରବନ୍ଧକ (ପରିଚାଳନା) ଶ୍ରୀ ପି.କେ. ବେହରା ଓ ଅତିରିକ୍ତ ମଣ୍ଡଳ ରେଳବାଇ ପ୍ରବନ୍ଧକ (ଭିତ୍ତିଭୂମି) ଶ୍ରୀ ସୁଭ୍ର ଜ୍ୟୋତି ମଣ୍ଡଳଙ୍କ ସହିତ ସମସ୍ତ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ ବରିଷ୍ଠ ରାଜଭାଷା ଅଧିକାରୀ ଶ୍ରୀମତୀ ଉଷା ରାଣୀ ପରିଚାଳନା କରିବା ସହ ରାଜଭାଷା ବିଭାଗ ଦ୍ୱାରା ହିନ୍ଦୀର ବ୍ୟବହାର ବୃଦ୍ଧି ପାଇଁ ହୋଇଥିବା ବିଭିନ୍ନ ପଦକ୍ଷେପ ବିଷୟରେ ସୂଚନା ଦେଇଥିଲେ। Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ by Proprietor Abhimanyu Maharana October 4, 2026 ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ by Proprietor Abhimanyu Maharana October 4, 2026 କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା by Proprietor Abhimanyu Maharana October 4, 2026 Kandhamal Gram Sabhas Strengthen Community Commitment to End Child Marriage by Proprietor Abhimanyu Maharana October 4, 2026 ଜାଗୃତିକା ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 4, 2026 ଗାନ୍ଧୀ ଜୟନ୍ତୀ ରେ ବରିଷ୍ଠ ନାଗରିକ ସଙ୍ଘ ର ରାସ୍ତା ସଫେଇ ଅଭିଯାନ by Proprietor Abhimanyu Maharana October 4, 2026