Home ଓଡ଼ିଶା କର୍ମଚାରିଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା by Proprietor Abhimanyu Maharana 1 year ago Share on FacebookShare on TwitterWhatsapp ବାଲିପାଟଣା (ଓଡ଼ିଶା ତାଜା ନ୍ୟୁଜ୍) ନି : ପ୍ର :- ଖୋର୍ଦ୍ଧା ଜିଲ୍ଲା, ଜୟଦେବ ନିର୍ବାଚନ ମଣ୍ଡଳୀ ପୂରଣପଧାନ ପଞ୍ଚାୟତ ଅନ୍ତର୍ଗତ ସିସିଲୋ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁଙ୍କର ଅବସରକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟର ସ୍ଥାୟୀ ସଭାପତି ତଥା ମୁଖ୍ୟଅତିଥି ଶ୍ରୀଯୁକ୍ତ ରାଧାନାଥ ପ୍ରହରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସଂସ୍କୃତ ଶିକ୍ଷକ ପଣ୍ଡିତ ରାମଚନ୍ଦ୍ର ପଣ୍ଡାଙ୍କ ଶ୍ଳୋକ ଉଚ୍ଚାରଣ ପୂର୍ବକ ବିଦ୍ୟାଳୟରେ ସ୍ଥାପିତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟା ଅର୍ପଣ କରାଯାଇଥିଲା । ପରେ ଏହି ଅବସରରେ ପ୍ରଭୁ ଜଗନ୍ନାଥଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟ ପ୍ରଦାନ ପୂର୍ବକ ପ୍ରଦୀପ ପ୍ରଜ୍ବଳନ କରାଯାଇ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା, ଏହି ଅବସପ୍ରାପ୍ତ କର୍ମଚାରୀ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ସ୍ୱାଇଁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ସମ୍ବର୍ଦ୍ଧନା ସଭାରେ ମୁଖ୍ୟବକ୍ତା ଭାବେ ଶ୍ରୀଯୁକ୍ତ ମାଗୁଣି ଚରଣ ସେଠୀ, ଏବଂ ସମ୍ମାନୀତ ଅତିଥିଭାବେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବିଷ୍ଣୁ ନାରାୟଣ ସୁବୁଦ୍ଧି,ପ୍ରାକ୍ତନ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରବୀନ୍ଦ୍ର କୁମାର ଖୁଣ୍ଟିଆ, ଶିକ୍ଷାବିତ୍ ତଥା ସମାଜସେବୀ ପ୍ରତାପ ଚନ୍ଦ୍ର ପ୍ରଧାନ, ପୂର୍ବତନ ସରପଞ୍ଚ ବ୍ରହ୍ମାନନ୍ଦ ସ୍ବାଇଁ, ସମାଜସେବୀ ନୃସିଂହ ଚରଣ ସ୍ବାଇଁ, ସନ୍ତୋଷ କୁମାର ମାହାରୀ ପ୍ରମୁଖ ଯୋଗଦେଇଥିଲେ । ଏହି ଉତ୍ସବରେ ପରିଚାଳନା କମିଟିର ଅନେକ ସଦସ୍ୟ ସମେତ ଅଞ୍ଚଳର ବହୁ ଅଭିଭାବକ,ସହକାରୀ ଶିକ୍ଷକମାନେ ଓ ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ଯୋଗଦେଇଥିବା ବେଳେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ସର୍ବେଶ୍ଵର ନାୟକ ସଭା ପରିଚାଳନା କରିଥିଲେ । ଶେଷରେ ଶିକ୍ଷକ ହୃଦାନନ୍ଦ ପାଢ଼ୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଉପଲକ୍ଷେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଥିଲା । Categories: ଓଡ଼ିଶା, କଟକ, ଖୋର୍ଦ୍ଧା, ହୋମ୍ Related Content ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ by Proprietor Abhimanyu Maharana October 4, 2026 ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ by Proprietor Abhimanyu Maharana October 4, 2026 କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା by Proprietor Abhimanyu Maharana October 4, 2026 Kandhamal Gram Sabhas Strengthen Community Commitment to End Child Marriage by Proprietor Abhimanyu Maharana October 4, 2026 ଜାଗୃତିକା ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 4, 2026 ଗାନ୍ଧୀ ଜୟନ୍ତୀ ରେ ବରିଷ୍ଠ ନାଗରିକ ସଙ୍ଘ ର ରାସ୍ତା ସଫେଇ ଅଭିଯାନ by Proprietor Abhimanyu Maharana October 4, 2026