ସୂର୍ଯ୍ୟମନ୍ଦିର ପରିଦର୍ଶନ କଲେ ହାଇକୋର୍ଟ ମୁଖ୍ୟ ବିଚାରପତି

କୋଣାର୍କ (ଓଡ଼ିଶା ତାଜା ନ୍ୟୁଜ୍) ନି : ପ୍ର :- ରବିବାର ପୂର୍ବାହ୍ନରେ ହାଇକୋର୍ଟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ସପରିବାର କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ ଆସିଥିଲେ। ଏଠାରେ ପହଞ୍ଚିବା ପରେ ପ୍ରଥମେ ଯାତ୍ରୀନିବାସରେ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ପରେ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଥିଲେ। ସ୍ବୀକୃତିପ୍ରାପ୍ତ ଗାଇଡ ବିଶେଶ୍ୱର ଦାଶ ସୂର୍ଯ୍ୟମନ୍ଦିରର ଐତିହାସିକ ତଥ୍ୟ ବୁଝାଇ ଦେଖାଇଥିଲେ। ସୂର୍ଯ୍ୟମନ୍ଦିରର ସୂକ୍ଷ୍ମ କାରୁକାର୍ଯ୍ୟ ଗୁଡିକ ଦେଖି ଭାବ ବିହ୍ୱଳ ହୋଇଥିଲେ।ମନ୍ଦିରରେ କିଛି ସମୟ ଅତିବାହିତ କରିସାରିବା ପରେ ପୁରୀ ଅଭିମୁଖେ ଫେରିଯାଇଥିଲେ । ମୁଖ୍ୟ ବିଚାରପତିଙ୍କ ଏହି ଗସ୍ତ ସମୟରେ ଅତିରିକ୍ତ ଏସପି. ସଚିନ କୁମାର ପଟେଲ, ନିମାପଡ଼ା ଏସଡିପିଓ ଜନାର୍ଦ୍ଦନ ପାଢୀ,କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ ,ଛାତ୍ରୀନିବାସ ପରିଚାଳକ ବାପି ରଞ୍ଜନ ସାହୁ,କୋଣାର୍କ ଥାନା ଆଇଆଇସି ପୂର୍ଣ୍ଣଚନ୍ଦ୍ର ସେଠୀ ପ୍ରମୁଖ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ । ସୁରକ୍ଷା ବ୍ୟବସ୍ତା କଡାକଡି କରାଯାଇଥିଲା ।

Exit mobile version