ନୟାଗଡ, (ଓଡ଼ିଶା ତାଜା ନ୍ୟୁଜ୍) ନି : ପ୍ର :- ନୟାଗଡ ବ୍ଲକ ବଡପଣ୍ଡୁସର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ସ୍ଵାସ୍ଥ୍ୟ ସେବା ସମ୍ପର୍କିତ ଟାସ୍କଫୋର୍ସର ଏକ ବୈଠକ ଆୟୋଜିତ ହୋଇଥିଲା । ଏଥିରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀକ୍ଷକ ଡାକ୍ତର ଜ୍ଞାନଜ୍ୟୋତି ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନାରୀ ସୁସ୍ଥ ହେଲେ ପରିବାର ସୁସ୍ଥ ହେବ ଓ ସେଥିପାଇଁ ଏହି ଅଭିଯାନକୁ ସମସ୍ତଙ୍କ ସହଯୋଗରେ ଶତପ୍ରତିଶତ ସଫଳ କରିବାକୁ ଆମେ ପ୍ରତିବଦ୍ଧ ବୋଲି ମତପ୍ରକାଶ କରିଥିଲେ । ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ବି ପୋଷଣ ମାସ ଅଭିଯାନ ବି ଚାଲିବ । 
ସମାଜ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ବେହେରା , ଡାକ୍ତର ସୁଜିତି ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ବ୍ଲକ କାର୍ଯ୍ୟକ୍ରମ ପରିଚାଳିକା ନିବେଦିତା ପ୍ରଧାନ ଓ ସ୍ୱାସ୍ଥ୍ୟ ବିଭାଗର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ସୁରେନ୍ଦ୍ର ପ୍ରଧାନ ସଭା କାର୍ଯ୍ୟ ପରିଚାଳନା କରିଥିଲେ । ସୁସ୍ଥ ନାରୀ – ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ସେପ୍ଟେମ୍ବର ମାସ ୧୭ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ମାସ ୨ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି କହିଥିଲେ ।

