ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା ବାଲିଗୁଡା ସହର ସମେତ ଆଖପାଖ ଅଞ୍ଚଳରେ ବେଶ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ସହରର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି। ଏନେଇ ଛୋଟ ବଡ ମଣ୍ଡପରେ ପୂଜା ଆୟୋଜନ କରାଯାଇଛି। ସୁଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳା ଏପରିକି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଭରପୁର ମଜା ଉଠାଇଥିଲେ ଦର୍ଶକ।
