କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କନ୍ଧମାଳ-ଗଞ୍ଜାମ ଜିଲା ସୀମା ଠାରୁ ୫ କି.ମି. ଭିତରକୁ କନ୍ଧମାଳ ଜିଲା ରାଇକିଆ ଥାନା ଅନ୍ତର୍ଗତ ଦାଉସର ଜଙ୍ଗଲରେ ଗୁରୁବାର ଏସଓଜି ପକ୍ଷରୁ କୋମ୍ବିଂ ଅପରେଶନ ଚାଲିଥିଲା। ଏହି ସମୟରେ ଯବାନ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଫଳରେ ଜଣେ ଯବାନ ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ହେଲେ କନେଷ୍ଟବଲ ପ୍ରେମ ସିଂ ମାଝୀ। ତାଙ୍କୁ ପ୍ରଥମେ ଇନ୍ଦ୍ରଗଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରଯାଇଥିଲା।
ଏହାପରେ ତାଙ୍କୁ ଭଞ୍ଜନଗର ମେଡ଼ିକାଲକୁ ଗୁରୁବାର ସନ୍ଧ୍ୟାରେ ଅଣାଯାଇଥିଲା। ଏଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ସନ୍ଧ୍ୟା ୭ଟା୨୦ ମିନିଟ୍ ସମୟରେ ବ୍ରହ୍ମପୁର ବଡ ମେଡ଼ିକାଲକୁ ଅଧିକ ଚିକିତ୍ସା ପାଇଁ ପଠାଯାଇଛି। ଏହି ସମୟରେ ଭଞ୍ଜନଗର ଥାନା ଅଧିକାରୀ ଜିବନା ନନ୍ଦ ଜେନାଙ୍କ ନେତୃତ୍ୱରେ ମେଡ଼ିକାଲରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି । ଏଥିସହ ଆହତଙ୍କ ଚିକିତ୍ସା ବ୍ୟବସ୍ଥା କଥା ବୁଝିଥିଲେ ।

