Home ଓଡ଼ିଶା ଆସନ୍ତା ୨୭ ତାରିଖରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ବ୍ରହ୍ମପୁର ଗସ୍ତରେ ଆସିବାର କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି by Proprietor Abhimanyu Maharana 10 months ago Share on FacebookShare on TwitterWhatsapp ବ୍ରହ୍ମପୁର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ବାଣିଜ୍ୟ, ପରିବହନ, ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୁତି ଭୁଷଣ ଜେନା ଏବଂ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ବ୍ରହ୍ମପୁର ଗସ୍ତ କରି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମ୍ବନ୍ଧରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ମାନଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ । ପୂର୍ବାହ୍ନରେ ଡିଜିପି ବ୍ରହ୍ମପୁର ଗସ୍ତରେ ଆସି ପ୍ରଥମେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚିଥିଲେ। ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ପ୍ରଥମେ ଏହି ଏୟାରଷ୍ଟ୍ରିପରେ ଅବତରଣ କରି ନିକଟସ୍ଥ ସଭା ସ୍ଥଳକୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ସଭାରେ ଲକ୍ଷାଧିକ ଜନସମାଗମକୁ ଦୃଷ୍ଟିରେ ରଖି ଏୟାରଷ୍ଟ୍ରିପ ପରିସରରେ ବ୍ୟାପକ ସୁରକ୍ଷା ବାହିନୀ ମୁତୟନ, ଟ୍ରାଫିକ ଓ ପାର୍କିଂ ବ୍ୟବସ୍ଥା କୁ ସୁଦୃଢ କରାଯିବା ସଂକ୍ରାନ୍ତରେ ଡିଜିପି ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ। ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ଏଡାଇବାକୁ ସହରରେ ଥିବା ସମସ୍ତ ହୋଟେଲ ଓ ଲଜ୍ ଗୁଡ଼ିକୁ କଡାକଡି ତନଖି କରିବାକୁ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହାପରେ ମନ୍ତ୍ରୀ ଶ୍ରୀ ବିଭୁତି ଭୁଷଣ ଜେନା ଏବଂ ଡିଜିପି ଶ୍ରୀ ଖୁରାନିଆ ବ୍ରହ୍ମପୁରସ୍ଥିତ ଏମକେସିଜି ହସପିଟାଲକୁ ଗସ୍ତ କରି SOGର ଆହତ ଯବାନ ପ୍ରେମ ସିଂ ମାଝୀଙ୍କୁ ସାକ୍ଷାତ କରିଥିଲେ। ମାଓବାଦୀ ଦମନ ଅଭିଯାନରେ ଯବାନ ଶ୍ରୀ ମାଝୀଙ୍କ ଅଦମ୍ୟ ସାହସକୁ ଡିଜିପି ଉଚ୍ଚ ପ୍ରଶଂସା କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସାନ୍ତ୍ୱନା ଦେଇଥିଲେ। ଏହା ସହ ଚିକିତ୍ସା କରୁଥିବା ଡାକ୍ତରଙ୍କ ଆଲୋଚନା କରିବା ସହ ଆଶୁ ଆରୋଗ୍ୟ କାମନା କରିଥିଲେ। ମାଓ ଦମନରେ ତାଙ୍କ ଭୁମିକା ସଦା ସର୍ବଦା ଅତୁଳନୀୟ ହୋଇ ରହିବ ବୋଲି କହିଥିଲେ। ଉଲ୍ଲେଖ ଯୋଗ୍ୟ ଯେ, ଦୁଇ ଦିନ ତଳେ କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଘଞ୍ଚ ଜଙ୍ଗଲ ଅଞ୍ଚଳରେ ଯବାନ- ମାଓବାଦୀ ମୁହଁମୁହିଁ ହୋଇଥିବା ବେଳେ ପ୍ରେମ ସିଂ ମାଝୀ ଗୁରୁତର ଆହତ ହୋଇଥିଲେ। ଏହି ଅବସରରେ ବ୍ରହ୍ମପୁର ଜିଲ୍ଲା ପୋଲିସ ମୁଖ୍ୟାଳୟ ପରିସରରେ ଡିଜିପି ଶ୍ରୀ ଖୁରାନିଆଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ଆଇନ ଶୃଙ୍ଖଳା ପରିସ୍ଥିତି ଓ ଅପରାଧ ସ୍ଥିତି ଏବଂ ନିୟନ୍ତ୍ରଣ ସମ୍ପର୍କରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ପରେ ଗଞ୍ଜାମ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ରେ ମଧ୍ୟ ଅନୁରୂପ ସମୀକ୍ଷା ବୈଠକ ଆୟୋଜିତ କରାଯାଇଥିଲା । ଏହି ବୈଠକରେ ଜିଲ୍ଲାର ସମସ୍ତ ଥାନାଧିକାରୀଙ୍କ ଠାରୁ ଆରମ୍ଭ କରି ଏସଡିପିଓ, ଅତିରିକ୍ତ ଏସପି ଏବଂ ମୁଖ୍ୟାଳୟ ପରିସରରେ ଥିବା ବିଭିନ୍ନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ I ଉଭୟ ଜିଲ୍ଲାର ସମସ୍ତ ପୋଲିସ ଅଧିକାରୀଙ୍କ ସହ ସମୀକ୍ଷା ବୈଠକ ରେ ଯୋଗ ଦେଇ ଡିଜିପି ଆଇନ ଶୃଙ୍ଖଳା ପରିସ୍ଥିତି ଓ ଘଟୁଥିବା ଅପରାଧର ସମୀକ୍ଷା କରିଛନ୍ତି। ଗଞ୍ଜାମ ତଥା ବ୍ରହ୍ମପୁର ପୋଲିସ ଜିଲ୍ଲାରେ ଆଇନ ଓ ଶୃଙ୍ଖଳା ପରିସ୍ଥିତି, ଅପରାଧ ସ୍ଥିତି ଓ ନିରାକରଣ, ଗଞ୍ଜେଇ ଚାଷ ଓ ଚୋରାଚାଲାଣ, ଅତୀତରେ ପୋଲିସ ବିଭାଗର ସଫଳତା ଏବଂ ଆଗାମୀ ଦିନରେ ଅପରାଧୀ ମାନଙ୍କ ବିରୋଧରେ ସ୍ଵତନ୍ତ୍ର ରଣନୀତି ପ୍ରସ୍ତୁତି ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି । ଡିଜିପି ସମସ୍ତ ବିଭାଗର ସମୀକ୍ଷା କରିବା ସହ ଜିଲ୍ଲାକୁ ଅପରାଧ ମୁକ୍ତ କରିବାକୁ ପୋଲିସ ଅଧିକାରୀମାନଙ୍କୁ ଆହ୍ଵାନ ଦେଇଥିଲେ । ଏହି ଅବସରରେ ଜିଲ୍ଲାରେ ନିଶାଦ୍ରବ୍ୟ ଚୋରା ଚାଲାଣ ଉପରେ ରୋକ ଲଗାଇବାକୁ ସ୍ଵତନ୍ତ୍ର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବାକୁ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଡିଜିପିଙ୍କ ଏହି ଗସ୍ତ ସମୟରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଆଇଜି (ଦକ୍ଷିଣାଞ୍ଚଳ) ଶ୍ରୀ ନୀତି ଶେଖର, ଏସପି ଗଞ୍ଜାମ ଶ୍ରୀ ଶୁଭେନ୍ଦୁ କୁମାର ପାତ୍ର, ଏସପି ବ୍ରହ୍ମପୁର ଡାକ୍ତର ସର୍ବଣା ବିବେକ ପ୍ରମୁଖ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଗଞ୍ଜାମ, ହୋମ୍ Related Content ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ - ବାବୁ ସିଂହ by Proprietor Abhimanyu Maharana July 23, 2026 Eastern Regional Police Coordination Committee (ERPCC) Meeting–2026 by Proprietor Abhimanyu Maharana July 23, 2026 ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା by Proprietor Abhimanyu Maharana July 23, 2026 ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି by Proprietor Abhimanyu Maharana July 22, 2026 ବିଦ୍ୟାଳୟ ପରିଚାଳନା କମିଟି ଗଠିତ by Proprietor Abhimanyu Maharana July 22, 2026 ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା" କର୍ମଶାଳା by Proprietor Abhimanyu Maharana July 22, 2026