ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଆସନ୍ତା ୨୩ ସେପ୍ଟେମ୍ବର (ମଙ୍ଗଳବାର) ଦିନ ସ୍ଥାୟୀ ରତ୍ନଭଣ୍ଡାରକୁ, ରାଜ୍ଯ ସରକାରଂକ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ, ସ୍ଥାନାନ୍ତର କରାଯିବ l
ଏଥିପାଇଁ ସେପ୍ଟେମ୍ବର ୨୩ ତାରିଖରେ, ସକାଳ ୧୦ ଘଟିକା ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହେବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ l ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ l
