Home ଓଡ଼ିଶା ଗଜଲକ୍ଷ୍ମୀ ପୂଜା ସହ କୁମାର ପୂର୍ଣ୍ଣିମା ପାଳିତ : ଚାନ୍ଦକୁ ଆଞ୍ଜୁଳି ଟେକିଲେ କୁମାରୀ by Proprietor Abhimanyu Maharana 12 months ago Share on FacebookShare on TwitterWhatsapp ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ପବିତ୍ର ଗଜ ଲକ୍ଷ୍ମୀ ପୂଜା ସହ କୁମାରୀ ମାନଙ୍କର ଉତ୍ସବ କୁମାର ପୂର୍ଣ୍ଣିମା । ଗାଁ ଠାରୁ ସହର ସବୁଠି ଉତ୍ସାହର ସହ ଚାନ୍ଦକୁ ଆଞ୍ଜୁଳି ଟେକିଛନ୍ତି କୁମାରୀ ମାନେ । ଫୁଲ ବଉଳ ବେଣୀ ଗୀତରେ ଉଛୁଳି ଉଠିଛି ଗାଁ ଦାଣ୍ଡ । ପରମ୍ପରା ଅନୁଯାୟୀ ସକାଳ ନ ପାଉଣୁ ଗାଧୋଇ ପାଧୋଇ ନୂଆ ଲୁଗା ପିନ୍ଧି କୁମାରୀମାନେ ସୂର୍ଯ୍ୟୋଦୟ ପୂର୍ବରୁ ସୂର୍ଯ୍ୟଦେବତାଙ୍କୁ ଆଞ୍ଜୁଳି ଟେକିଥିଲେ । ଚଉରା ମୂଳ ଲିପାଲିପି କରି ମୁରୁଜ ପକାଇ ପୂଜାର୍ଚ୍ଚନା କରିଥିଲେ। ନୂଆ ଲୁଗାପଟା ପିନ୍ଧି କୁମାରୀ ମାନେ ସଜବାଜ ହୋଇ କୁଲାରେ ଖଇ, ଗୁଆ, କଦଳୀ, ନଡ଼ିଆ, କସି କାକୁଡ଼ି, କସି ଜହ୍ନି ଓ ଆଖୁ ଆଦି ୭ ପ୍ରକାର ଆଞ୍ଜୁଳି ଯୋଗାଡ଼ କରି ୭ ଥର ଅଞ୍ଜୁଳି ଟେକିଥିଲେ । ସକାଳେ ସୂର୍ଯ୍ୟାଞ୍ଜଳି ପରେ ସନ୍ଧ୍ୟାରେ ହୁଏ ଚାନ୍ଦ ପୂଜା । କୁଆଁରୀଙ୍କ ହୁଳହୁଳି ଶବ୍ଦରେ କମ୍ପି ଉଠିଥିଲା ପୂରା ପରିବେଶ । ଖଇ, ନଡ଼ିଆ, କଦଳୀ, ଛେନା ଓ ଗୁଡ଼ ଆଦିରେ ପ୍ରସ୍ତୁତ ଚାନ୍ଦ ଚକଟା ପୂନେଇଁ ଜହ୍ନକୁ ଭୋଗ ଲାଗିଥିଲା । ଏହି ଦିନ କାର୍ତ୍ତିକେୟଙ୍କ ଜନ୍ମଦିନ ଥିବାରୁ ଏହି ପୂଜା କଲେ ତାଙ୍କ ଭଳି ସୁନ୍ଦର ଓ ବୀର ବର ମିଳେ ବୋଲି ଲୋକ ବିଶ୍ବାସ ରହିଛି । ତେଣୁ ସର୍ବଗୁଣସମ୍ପନ୍ନ ଜୀବନ ସାଥୀଟିଏ ପାଇବାକୁ କୁମାରୀ ମାନେ କରିଥିଲେ ଏହି ଚନ୍ଦ୍ରପୂଜା । ଏନେଇ କୁମାରୀଙ୍କ ମନରେ ବେଶ୍ ଉତ୍ସାହ ଭରି ରହିଥିଲା । ସେହିପରି ଏହି ଦିନକୁ ଲକ୍ଷ୍ମୀଙ୍କର ଜନ୍ମଦିନ ରୂପେ ମଧ୍ୟ ପାଳନ କରାଯାଏ । ଏହି ଦିନ ସମୃଦ୍ଧିର ଦେବୀ ଲକ୍ଷ୍ମୀଙ୍କୁ ଗଜ ବାହନ ସହ ପୂଜା କରାଯାଇଥାଏ । ଏହି ପରିପ୍ରେକ୍ଷୀରେ ବାଲିଗୁଡା ସ୍ଥିତ ଶ୍ରୀଶ୍ରୀଶ୍ରୀ ମା’ ପାଟଖଣ୍ଡା ଦୂର୍ଗାପୂଜା ସମିତି ଆନୁକୂଲ୍ୟରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମଣ୍ଡପ ପରିସରରେ ଗଜଲଷ୍ମୀ ପୂଜା ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇଥିଲା l ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତ ପୂଜା ପ୍ରତିଷ୍ଠାନର କର୍ମକର୍ତ୍ତାମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ । Categories: ଓଡ଼ିଶା, କନ୍ଧମାଳ, ମନୋରଞ୍ଜନ, ହୋମ୍ Related Content Nandan Dwibedi receives Yuva Bharati Samman by Proprietor Abhimanyu Maharana September 22, 2026 ତୃତୀୟ ଥର ନିମନ୍ତେ ଖଣ୍ଡପଡ଼ା ବ୍ଲକ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ by Proprietor Abhimanyu Maharana September 22, 2026 ବାଲିଗୁଡ଼ାରେ ବିଜେଡି ସଙ୍ଗଠନ ସଜାଡ଼ିବାକୁ ପ୍ରୟାସ ସମନ୍ୱୟ କମିଟି ଗଠିତ, ୧୦ ଜଣିଆ ସଦସ୍ୟ ମନୋନୀତ by Proprietor Abhimanyu Maharana September 22, 2026 ଆନନ୍ଦ ଉଲ୍ଲାସର ସହ ଖୁଦୁରୁକୁଣୀ ଓଷା ଉଦ୍ଯାପିତ by Proprietor Abhimanyu Maharana September 22, 2026 ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା by Proprietor Abhimanyu Maharana September 22, 2026 ମାର୍ଗଦର୍ଶିକା ଉଲଂଘନ - ଉନ୍ନୟନ କାମ ସରିବାର ଦୀର୍ଘ ଦିନ ପରେ ଜିଲ୍ଲାପାଳଙ୍କ ସୁପାରିଶକୁ ଅପେକ୍ଷା by Proprietor Abhimanyu Maharana September 22, 2026